Tuesday , August 9 2022
Breaking News
Home / ତାଜା ଖବର / ଭାରସାମ୍ୟ ହରାଇ ସ୍କୁଟି ଦୁର୍ଘଟଣା ଗ୍ରସ୍ତ: ଚାରିଜଣ କଲେଜ ଛାତ୍ରୀ ଗୁରୁତର ଆହତ 

ଭାରସାମ୍ୟ ହରାଇ ସ୍କୁଟି ଦୁର୍ଘଟଣା ଗ୍ରସ୍ତ: ଚାରିଜଣ କଲେଜ ଛାତ୍ରୀ ଗୁରୁତର ଆହତ 

ବାଲିଗୁଡ଼ା, ୧୮/୦୨/୨୦୨୨(ଓଡିଶା ସମାଚାର /ସଞ୍ଜୟ କୁମାର ପାଣିଗ୍ରାହୀ):କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ସୀତାପଡ଼ି ନିକଟ ବୁଲାଣି ରାସ୍ତାରେ ଭାରସାମ୍ୟ ହରାଇ ଏକ ସ୍କୁଟି ଦୁର୍ଘଟଣା ଗ୍ରସ୍ତ ହୋଇଛି। ଦୁର୍ଘଟଣାରେ ସ୍କୁଟିରେ ବସିଥିବା ଚାରିଜଣ କଲେଜ ଛାତ୍ରୀ ଗୁରୁତର ଆହତ ହୋଇଥିବା ଜଣାପଡ଼ିଛି । ସମସ୍ତ ଛାତ୍ରୀ ବାଲିଗୁଡ଼ା ଆଦିବାସୀ ମହାବିଦ୍ୟାଳୟର ଛାତ୍ରୀ । ଖବରପାଇ ପ୍ରଥମେ ଯୁବ ସମାଜସେବୀ ଅରୁଣ ନାୟକ ଘଟଣାସ୍ଥଳରୁ ସମସ୍ତ ଛାତ୍ରୀଙ୍କୁ ଉଦ୍ଧାର କରି ଆମ୍ବୁଲାନ୍ସ ଯୋଗେ ବାଲିଗୁଡ଼ା ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଇଥିଲେ । ଗୁରୁତର ଚାରିଜଣ ବାଲିଗୁଡ଼ା ଆଦିବାସୀ ମହାବିଦ୍ୟାଳୟର +୨ ଛାତ୍ରୀ କାମିନୀ ପ୍ରଧାନ(ସିର୍ତ୍ତିଗୁଡ଼ା),ଗ୍ରେସି ଦିଗାଳ(ସିର୍ତ୍ତିଗୁଡ଼ା, ଆରତୀ ଘଡ଼େଇ(ବାରଖମା) ଓ ଆଥେଲିନ୍ ପ୍ରଧାନ(ସିନ୍ଧିପାଙ୍ଗା) ଅଞ୍ଚଳର ହୋଇଥିବା ଜଣାପଡ଼ିଛି । ସୂଚନା ପ୍ରକାରେ କ୍ଲାସ୍ ସରିବାପରେ ବାଲିଗୁଡ଼ାରୁ ସୀତାପଡ଼ି ଅଞ୍ଚଳକୁ ସ୍କୁଟିରେ ଚାରିଜଣ ସାଙ୍ଗ ବୁଲିବାକୁ ଯାଇଥିବାବେଳେ ସିତାପଡ଼ି ନିକଟ ଏକ ବୁଲାଣି ରାସ୍ତାରେ ଭାରସାମ୍ୟ ହରାଇ ସ୍କୁଟି ଦୁର୍ଘଟଣା ଘଟିଥିବା ଜଣାପଡ଼ିଛି । ଅନ୍ୟପଟେ ପ୍ରାଥମିକ ଚିକିତ୍ସା ପରେ କାମିନୀ ପ୍ରଧାନ,ଗ୍ରେସି ଦିଗାଳ ଓ ଆରତୀ ଘଡ଼େଇଙ୍କ ଅବସ୍ଥା ଗୁରୁତର ଥିବାରୁ ସେମାନଙ୍କୁ ବ୍ରହ୍ମପୁର ବଡ଼ ମେଡ଼ିକାଲକୁ ସ୍ଥାନାନ୍ତର କରାଯାଇଛି । ଅନ୍ୟପଟେ ଆଥେଲିନ୍ ପ୍ରଧାନ ବର୍ତ୍ତମାନ ବାଲିଗୁଡ଼ା ଉପଖଣ୍ଡ ଚିକିତ୍ସାଳୟରେ ଚିକିତ୍ସିତ ହେଉଥିବା ଜଣାପଡ଼ିଛି । ସେପଟେ ବାଲିଗୁଡ଼ା ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଦୁର୍ଘଟଣା ଗ୍ରସ୍ତ ସ୍କୁଟିକୁ ଜବତ କରିବାସହ ତଦନ୍ତ ଆରମ୍ଭ କରିଥିବା ଜଣାପଡ଼ିଛି । ଓଡ଼ିଶା ସମାଚାର

About admin

Check Also

ଶ୍ରମିକ ଙ୍କୁ ନେଇ ଯାଉଥିବା ପିକଅପ୍ ଭ୍ୟାନ୍ ଦୁର୍ଘଟଣାଗ୍ରସ୍ତ, ୪୦ ଆହତ

ଧର୍ମଗଡ଼ ,୦୫/୦୮/୨୦୨୨(ଓଡ଼ିଶା ସମାଚାର /ରାକେଶ ବେମାଲ ) – କଳାହାଣ୍ଡି ଜିଲ୍ଲା ଧର୍ମଗଡ଼ ବିଜୁ ଏକ୍ସପ୍ରେସ ୱେ ନିକଟ ରେ …

Leave a Reply

Your email address will not be published.