Tuesday , August 9 2022
Breaking News
Home / ନିର୍ବାଚନ / ୨ୟ ପର୍ୟ୍ୟାୟ ମତଦାନ ଜାରି

୨ୟ ପର୍ୟ୍ୟାୟ ମତଦାନ ଜାରି

ଭୁବନେଶ୍ୱର , ୧୮/୦୨/୨୦୨୨ (ଓଡ଼ିଶା ସମାଚାର)-ଓଡ଼ିଶା ପଞ୍ଚାୟତିରାଜ ନିର୍ବାଚନର ୨ୟ ପର୍ୟ୍ୟାୟ ପାଇଁ ଆଜି ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଯାଇଛି। ଅପରାହ୍ନ ୧ଟା ଯାଏଁ ଭୋଟ ଗ୍ରହଣ କରାଯିବ। ୩୦ ଜିଲ୍ଲାର ୬୮ ଟି ବ୍ଲକ୍ ର ୧୮୬ ଜିଲ୍ଲା ପରିଷଦ ଜୋନ୍ ରେ ୬୨ ଲକ୍ଷ ୧୦ ହଜାର ୯୩୮ ମତଦାତା ମତଦାନ ସବ୍ୟସ୍ତ କରିବେ। ଏହି ପର୍ୟ୍ୟାୟରେ ରାଜ୍ୟରେ ମୋଟ ୨୦ ହଜାର ୪୩୫ଟି ବୁଥ୍ ରେ ମତଦାନ ଜାରି ରହିଛି। ସେଥିରୁ ୩ ହଜାର ୬୫ଟି ସମ୍ବେଦନଶୀଳ ବୁଥ୍ ରହିଛି। ମତଦାନ ସମୟରେ ଯେପରି କୌଣସି ପ୍ରକାରର ହିଂସା ନହୁଏ ସେଥିପାଇଁ ପୁଲିସ ମୁତୟନ ହୋଇଛନ୍ତି। ମୋଟ ୨୪୦ ପ୍ଲାଟୁନ ଫୋର୍ସ ମୁତୟନ ହୋଇଛନ୍ତି। ସେହିପରି ୧୭୫୩ଟି ମୋବାଇଲ ପାଟ୍ରୋଲିଂ ପାର୍ଟିର ନଜର ରଖିଛନ୍ତି। ପ୍ରଥମ ପର୍ୟ୍ୟାୟରେ କେତେକ ବୁଥ୍ ରେ ବ୍ୟାପକ ହିଂସା ପରେ ପୁଲିସ ଅଧିକ ସତର୍କ ରହିଛି।ଓଡ଼ିଶା ସମାଚାର

About admin

Check Also

ଜିଲ୍ଲାପାଳଙ୍କ ଅନୁପସ୍ଥିତିରେ ଅବ୍ୟବସ୍ଥା ମଧ୍ୟରେ କିଶନନଗର ତହସିଲରେ ଜନଶୁଣାଣୀ

କଟକ ସଦର, ୦୮/୦୮/୨୦୨୨(ଓଡ଼ିଶା ସମାଚାର /ଵିଷ୍ଣୁ ବେହେରା): କିଶନନଗର ତହସିଲରେ ଆଜି (ସୋମବାର ) ଜିଲ୍ଲାପାଳଙ୍କ ଜନଶୁଣାଣୀ କାର୍ଯ୍ୟକ୍ରମ ଥିବା …

Leave a Reply

Your email address will not be published.