Tuesday , August 16 2022
Breaking News
Home / ବିଶେଷ / ଆଉ କିଛି ସମୟ ପରେ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସି ପହଂଚିବେ ରାଷ୍ଟ୍ରପତି ରାମନାଥ କୋବିନ୍ଦ

ଆଉ କିଛି ସମୟ ପରେ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସି ପହଂଚିବେ ରାଷ୍ଟ୍ରପତି ରାମନାଥ କୋବିନ୍ଦ

ଭୁବନେଶ୍ୱର /ପୁରୀ,୧୯/୦୨/୨୦୨୨ (ଓଡ଼ିଶା ସମାଚାର)- ଆଜି (ଶନିବାର) ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ । ତାଙ୍କ ଗସ୍ତ ପାଇଁ ବ୍ୟାପକ ପ୍ରସ୍ତୁତି କରାଯାଇଛି । ରାଷ୍ଟ୍ରପତି କୋବିନ୍ଦ ସ୍ବତନ୍ତ୍ର ବିମାନ ଯୋଗେ ୧୨ଟା୨୫ରେ ଦିଲ୍ଲୀରୁ ବାହାରିବେ । ଅପରାହ୍ନ ୨ଟା ୪୫ରେ ଭୁବନେଶ୍ବର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିବେ । ରାଷ୍ଟ୍ରପତି ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିବା ପରେ ୨ଟା ୫୫ରେ ସ୍ବତନ୍ତ୍ର ହେଲିକପ୍ଟର ଯୋଗେ ପୁରୀ ଯିବେ । ବିମାନବନ୍ଦରରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଷ୍ଟ୍ରପତିଙ୍କୁ ସ୍ବାଗତ କରିବେ । ସେହିପରି ଭୁବନେଶ୍ବର ସାଂସଦ ଅପରାଜିତା ଷଡ଼ଙ୍ଗୀ, ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର, ପୁଲିସ ଡିଜି ସୁନୀଲ ବଂଶଲ, ବିଜେପି ରାଜ୍ୟ ସଭାପତି ସମୀର ମହାନ୍ତି ପ୍ରମୁଖ ଉପସ୍ଥିତ ରହିବ ବୋଲି ଜଣାପଡ଼ିଛି।
ପୁରୀରେ ୩ଟା୨୫ ମିନିଟ୍ରେ ପହଞ୍ଚିବା ପରେ ସେଠାରୁ ସ୍ବତନ୍ତ୍ର କାରକେଡ୍ ରେ ଏକ ଘରୋଇ ହୋଟେଲକୁ ଯିବେ । ସେଠାରୁ ରାଷ୍ଟ୍ରପତି ୪ଟା ୫୫ରେ ଶ୍ରୀମନ୍ଦିରକୁ ଦର୍ଶନ ପାଇଁ ଯିବାର କାର୍ୟ୍ୟକ୍ରମ ରହିଛି । ଶ୍ରୀମନ୍ଦିରରେ ୪୫ ମିନିଟ୍ ଅତିବାହିତ କରିବା ପରେ ୫ଟା ୪୫ରେ ହୋଟେଲକୁ ଫେରିବେ ରାଷ୍ଟ୍ରପତି । ହୋଟେଲରେ ରାତ୍ରିଯାପନ କରିବେ ।
ରାଷ୍ଟ୍ରପତି ଆସନ୍ତା କାଲି ରବିବାର ୨୦ ତାରିଖ ସକାଳ ୧୦ଟା ୩୦ରେ ବଡ଼ଦାଣ୍ଡ ସ୍ଥିତ ଶ୍ରୀଚୈତନ୍ୟ ଗୌଡୀୟ ମଠରେ ଆୟୋଜିତ କାର୍ୟ୍ୟକ୍ରମରେ ଯୋଗଦେବେ । ଏହାପରେ ୧୦ଟା୫୦ରେ ଶରଧାବାଲି ଯାଇ ସାଧୁ ସମ୍ମିଳନୀରେ ଏକ ଘଣ୍ଟା ଧରି ସାମିଲ ହେବାର କାର୍ୟ୍ୟକ୍ରମ ରହିଛି । ଗୌଡୀୟ ମିଶନର ପ୍ରତିଷ୍ଠାତା ଶ୍ରୀମଦ ଭକ୍ତି ସିଦ୍ଧାନ୍ତ ସରସ୍ବତୀ ଗୋସ୍ବାମୀ ପ୍ରଭୁପାଦଙ୍କ ୧୫୦ତମ ଜନ୍ମବାର୍ଷିକୀର ଉଦଘାଟନ ଉତ୍ସବରେ ରାଷ୍ଟ୍ରପତି ଯୋଗଦେବେ । ଏହାପରେ ଶରଧାବାଲିରୁ ପୁରୀ ହେଲିପ୍ୟାଡ୍ ଅଭିମୁଖେ ଦିନ ୧୨ଟା ୧୫ରେ ବାହାରିବେ । ୧୨ଟା ୪୫ରେ ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିବେ । ସେଠାରୁ ୧୨ଟା ୫୫ରେ ସ୍ବତନ୍ତ୍ର ବିମାନରେ ବିଶାଖାପାଟଣା ଯିବେ ।
ରାଷ୍ଟ୍ରପତିଙ୍କ ଗସ୍ତ ସମୟରେ ପୋଲିସ ପ୍ରଶାସନ ପକ୍ଷରୁ ସମସ୍ତ ବ୍ୟବସ୍ଥା କରାଯାଇଛି । ରାଷ୍ଟ୍ରପତିଙ୍କ ସୁରକ୍ଷା ପାଇଁ ୪୦ ପ୍ଲାଟୁନ ପୋଲିସ ଫୋର୍ସ ସହ ୨ ଶହ ପୋଲିସ ଅଧିକାରୀ ମୁତୟନ ରହିବେ । ସେପଟେ ଗୌଡୀୟ ମଠ ପରିସରରେ ରାଷ୍ଟ୍ରପତିଙ୍କୁ ସ୍ବଗତ ପାଇଁ ସମସ୍ତ ବ୍ୟବସ୍ଥା କରାଯାଇଛି । ରାଷ୍ଟ୍ରପତି କୋବିନ୍ଦ ତୃତୀୟ ଥର ପାଇଁ ପୁରୀ ଗସ୍ତରେ ଆସୁଛନ୍ତି ।
ତେବେ ରାଷ୍ଟ୍ରପତିଙ୍କ ପୁରୀ ଗସ୍ତ ପୂର୍ବରୁ ଶନିବାର ସକାଳ ୭ଟା ସମୟରେ ୫- ଟି ସଚିବ ଭି.କେ. ପାଣ୍ଡିଆନ୍ ସପରିବାର ସହ ଶ୍ରୀମନ୍ଦିରରେ ଯାଇ ମହାପ୍ରଭୁଙ୍କ ଦର୍ଶନ ସହ ରାଷ୍ଟ୍ରପତିଙ୍କ ଗସ୍ତ ନେଇ ସମସ୍ତ ବ୍ୟବସ୍ଥା ସମ୍ପର୍କରେ ଅନୁଧ୍ୟାନ କରିବା ସହିତ ଅଧିକାରୀମାନଙ୍କ ସହ ଆଲୋଚନା କରିଛନ୍ତି । ଓଡ଼ିଶା ସମାଚାର

About admin

Check Also

ସ୍ବାଧୀନତା ର ଅମୃତମହୋତ୍ସବ ଓ ସ୍ୱାଧୀନତା ଦିବସ  ପାଳିତ

ନିଶ୍ଚିନ୍ତକୋଇଲି , ୧୫/୦୮/୨୦୨୨(ଓଡିଶା ସମାଚାର/ ଅଭୟ ଜେନା )- ଜନାର୍ଦ୍ଦନ ପୁର ଚିତ୍ରୋତ୍ପଳା ସରକାରୀ ଉଚ୍ଚବିଦ୍ୟାଳୟ ପ୍ରାଙ୍ଗଣ ରେ ୭୬ …

Leave a Reply

Your email address will not be published.