Thursday , June 30 2022
Breaking News
Home / ସ୍ୱାସ୍ଥ୍ୟ / ୫୩୪ ଜଣ କରୋନା ସଂକ୍ରମିତ ଚିହ୍ନଟ, ୧୪୭ଜଣ ଶିଶୁ ସଂକ୍ରମିତ – ୧୮ ଜଣ ଙ୍କ ମୃତ୍ୟୁ

୫୩୪ ଜଣ କରୋନା ସଂକ୍ରମିତ ଚିହ୍ନଟ, ୧୪୭ଜଣ ଶିଶୁ ସଂକ୍ରମିତ – ୧୮ ଜଣ ଙ୍କ ମୃତ୍ୟୁ

ଭୁବନେଶ୍ୱର, ୧୯/୦୨/୨୦୨୨ (ଓଡ଼ିଶା ସମାଚାର/ଦୀପ୍ତିରଂଜନ କାନୁନଗୋ)- ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ଆଉ ୫୩୪ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୧୦ ଜଣ କ୍ୱାରେଣ୍ଟାଇନ୍ ରୁ ରହିଥିବା ବେଳେ ୨୨୪ ଜଣ ସ୍ଥାନୀୟ ସଂକ୍ରମିତ । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୧୪୭ଜଣ ଶିଶୁ ସଂକ୍ରମିତ ରହିଛନ୍ତି ।ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୧୧ ଜଣ, ବାଲେଶ୍ୱରରୁ ୧୫ ଜଣ, ବରଗଡ଼ରୁ ୮ ଜଣ, ଭଦ୍ରକରୁ ୬ ଜଣ, ବଲାଙ୍ଗୀରରୁ ୫ ଜଣ, ବୌଦ୍ଧ ଜିଲ୍ଲାରୁ ୮, କଟକରୁ ୧୫ ଜଣ, ଦେବଗଡ଼ରୁ୨ ଜଣ, ଢେଙ୍କାନାଳରୁ ୩ ଜଣ, ଗଜପତିରୁ ୨୪, ଗଞ୍ଜାମରୁ ୩ ଜଣ, ଜଗତସିଂହପୁରରୁ ୫ ଜଣ, ଯାଜପୁରରୁ ୨୬ ଜଣ, ଝାରସୁଗୁଡ଼ାରୁ ୬ ଜଣ, କଳାହାଣ୍ଡିରୁ ୧୩ ଜଣ, କନ୍ଧମାଳରୁ ୪ ଜଣ, କେନ୍ଦ୍ରାପଡ଼ାରୁ ୫ ଜଣ, କେଉଁଝରରୁ ୮ ଜଣ, ଖୋର୍ଦ୍ଧାରୁ ୯୩ ଜଣ, କୋରାପୁଟରୁ ୧୭ ଜଣ, ମାଲକାନଗିରିରୁ ୧ ଜଣ, ମୟୁରଭଞ୍ଜରୁ ୧୪ ଜଣ, ନବରଙ୍ଗପୁରରୁ ୫, ନୟାଗଡ଼ରୁ ୨୧ ଜଣ, ନୂଆପଡ଼ାରୁ ୧୦ ଜଣ, ପୁରୀରୁ ୮ ଜଣ, ରାୟଗଡ଼ାରୁ ୩୨ ଜଣ, ସମ୍ୱଲପୁରରୁ ୧୭ ଜଣ, ସୋନପୁରରୁ ୧୦, ସୁନ୍ଦରଗଡ଼ରୁ ୧୨୧ ଜଣ ଓ ଷ୍ଟେଟ ପୁଲରୁ ୧୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୧୯୮୯ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟର ରେ ସୂଚନା ଦିଆଯାଇଛି ।

ସେହିପରି ଗତ ୨୪ ଘଂଟା ମଧ୍ୟରେ ଆଉ ୧୮ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ହୋଇଛି । ମୃତକଙ୍କ ମଧ୍ୟରେ ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୮ ଜଣ, ଖୋର୍ଦ୍ଧାରୁ ୪ ଜଣ, କେନ୍ଦ୍ରାପଡ଼ାରୁ ୨ ଜଣ, ଅନୁଗୋଳ, ବାଲେଶ୍ବର, ଗଞ୍ଜାମ ଓ କନ୍ଧମାଳ ଜିଲ୍ଲାରୁ ଜଣେ ଲେଖାଁଏ ରହିଛନ୍ତି ।ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୯୯୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୧୯୮୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୨୬୫୮୪୩ଜଣ ସୁସ୍ଥ ହୋଇଛନ୍ତି । କରୋନାଜନିତ ମୃତ୍ୟୁ ସଂଖ୍ୟା ୮୯୯୪ ରେ ପହଂଚିଥିବାବେଳେ ୫୩ ଜଣ କରୋନା ସଂକ୍ରମିତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି । ଆଉ ୭୦୯୯ ଜଣ ସକ୍ରୀୟ ସଂକ୍ରମିତ ଚିକିତ୍ସାଧିନ ଅଛନ୍ତି । ଗତକାଲି ସୁଦ୍ଧା ରାଜ୍ୟରେ ୨୮୭୬୬୦୩୨ସାମ୍ପୁଲ ଟେଷ୍ଟ୍ ହୋଇଛି ।ଓଡ଼ିଶା ସମାଚାର

About admin

Check Also

୯ଜଣ ଶିଶୁ ଙ୍କ ସମେତ ୬୯ ଜଣ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର ୨୭/୬/୨୦୨୨(ଓଡ଼ିଶା ସମାଚାର)- ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୯ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । …

Leave a Reply

Your email address will not be published. Required fields are marked *