ଭୁବନେଶ୍ୱର, ୨୦/୦୨/୨୦୨୨ (ଓଡ଼ିଶା ସମାଚାର/ଦୀପ୍ତିରଂଜନ କାନୁନଗୋ)- ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ଆଉ ୪୯୨ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୮୯ ଜଣ କ୍ୱାରେଣ୍ଟାଇନ୍ ରୁ ରହିଥିବା ବେଳେ ୨୦୩ ଜଣ ସ୍ଥାନୀୟ ସଂକ୍ରମିତ । ସେହିପରି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୧୨୨ଜଣ ଶିଶୁ ରହିଛନ୍ତି । ଅନୁଗୁଳରୁ ୩ ଜଣ, ବାଲେଶ୍ୱରରୁ ୯ ଜଣ, ବରଗଡ଼ରୁ ୧ ଜଣ, ଭଦ୍ରକରୁ ୯ ଜଣ, ବଲାଙ୍ଗୀରରୁ ୨ ଜଣ, ବୌଦ୍ଧ ଜିଲ୍ଲାରୁ ୩, କଟକରୁ ୩୨ ଜଣ, ଦେବଗଡ଼ରୁ ୫ ଜଣ, ଢେଙ୍କାନାଳରୁ ୫ ଜଣ, ଗଜପତିରୁ ୨୬, ଗଞ୍ଜାମରୁ ୨ ଜଣ, ଜଗତସିଂହପୁରରୁ ୪ ଜଣ, ଯାଜପୁରରୁ ୩୬ ଜଣ, ଝାରସୁଗୁଡ଼ାରୁ ୧୧ ଜଣ, କଳାହାଣ୍ଡିରୁ ୩ ଜଣ, କନ୍ଧମାଳରୁ ୯ ଜଣ, କେନ୍ଦ୍ରାପଡ଼ାରୁ ୧୨ ଜଣ, କେଉଁଝରରୁ ୩ ଜଣ, ଖୋର୍ଦ୍ଧାରୁ ୪୫ ଜଣ, କୋରାପୁଟରୁ ୨୪ ଜଣ, ମାଲକାନଗିରିରୁ ୩ ଜଣ, ମୟୁରଭଞ୍ଜରୁ ୧୮ ଜଣ, ନବରଙ୍ଗପୁରରୁ ୨ ଜଣ, ନୟାଗଡ଼ରୁ ୧୬ ଜଣ, ନୂଆପଡ଼ାରୁ ୭ ଜଣ, ପୁରୀରୁ ୮ ଜଣ, ରାୟଗଡ଼ାରୁ ୪୫ ଜଣ, ସମ୍ୱଲପୁରରୁ ୩୮ ଜଣ, ସୋନପୁରରୁ ୫ ଜଣ, ସୁନ୍ଦରଗଡ଼ରୁ ୯୬ ଜଣ ଓ ଷ୍ଟେଟ ପୁଲ ରୁ ୧୦ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧୨୮୨୪୮୧ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟର ରେ ସୂଚନା ଦିଆଯାଇଛି ।
ଅନ୍ୟ ପକ୍ଷରେ ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ୧୭ କରୋନା ସଂକ୍ରମିତଙ୍କ ପ୍ରାଣହାନି ହୋଇଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁସଂଖ୍ୟା ୯୦୧୧କୁ ବୃଦ୍ଧି ପାଇଛି।
ପ୍ରାପ୍ତ ସୂଚନା ଅନୁଯାୟୀ ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୭ ଜଣ ମୃତକ ଅଛନ୍ତି। ଅପରପକ୍ଷରେ ବାଲେଶ୍ବର ଜିଲ୍ଲାରୁ ୬ ଜଣ କରୋନା ସଂକ୍ରମିତଙ୍କ ପ୍ରାଣହାନି ଘଟିଛି। ଏଣେ ଗଞ୍ଜାମ ଜିଲ୍ଲାରୁ ୨ଜଣ ପ୍ରାଣ ହରାଇଥିବା ବେଳେ ପୁରୀ ଓ କଳାହାଣ୍ଡି ଜିଲ୍ଲାରୁ ଜଣେ ଲେଖାଏଁ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି।
ରାଜ୍ୟରେ ଆଜି ୧୦୪୯ ଜଣ ଆକ୍ରାନ୍ତ କରୋନାରୁ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲ୍ଲାରୁ ଏଥିରେ ୨୯୪ ଜଣ ଅଛନ୍ତି। ଏଥି ସହିତ ରାଜ୍ୟରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୬୮ ହଜାର ୧୫୮ରେ ପହଞ୍ଚିଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁସାରେ ଆଜି କଟକ ଜିଲ୍ଲାରୁ ୯୦ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି। ସୁନ୍ଦରଗଡ଼ରୁ ୫୪, ଯାଜପୁରରୁ ୫୨, ରାୟଗଡ଼ାରୁ ୪୬, ଜଗତସିଂହପୁରରୁ ୪୨, ଦେବଗଡ଼ରୁ ୩୯, ଗଜପତିରୁ ୩୮, ସମ୍ବଲପୁରରୁ ୩୫, କଳାହାଣ୍ଡି, ମୟରୂଭଂଜ ଓ କେନ୍ଦ୍ରାପଡ଼ାରୁ ୩୪ ଜଣ କରୋନରୁ ସୁସ୍ଥ ହୋଇଛନ୍ତି। ଓଡ଼ିଶା ସମାଚାର