Tuesday , August 9 2022
Breaking News
Home / ବିଶେଷ / ଅତିରିକ୍ତ ଏସ୍.ପି ତ୍ରିନାଥ ମିଶ୍ରଙ୍କୁ ବାଧ୍ୟତାମୂଳକ ଅବସର ଦେଲେ ରାଜ୍ୟ ସରକାର

ଅତିରିକ୍ତ ଏସ୍.ପି ତ୍ରିନାଥ ମିଶ୍ରଙ୍କୁ ବାଧ୍ୟତାମୂଳକ ଅବସର ଦେଲେ ରାଜ୍ୟ ସରକାର

ଭୁବନେଶ୍ୱର , ୨୧/୦୨/୨୦୨୨ (ଓଡ଼ିଶା ସମାଚାର)-  ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଦ୍ବାରା ଗିରଫ ହୋଇଥିବା ଅତିରିକ୍ତ ଏସ୍.ପି ତ୍ରିନାଥ ମିଶ୍ରଙ୍କୁ ରାଜ୍ୟ ସରକାର ବାଧ୍ୟତାମୂଳକ ଅବସର ଦେଇଥିବା ଜଣାଯାଇଛି। ତ୍ରିନାଥ ମିଶ୍ରଙ୍କୁ ମିଶାଇ ଏପର୍ୟ୍ୟନ୍ତ ୧୫୨ ଅଧିକାରୀଙ୍କ ଉପରେ ଏଭଳି କାର୍ୟ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି।

ଅପାରଗ ତଥା ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୁଦ୍ଧରେ ସବୁବେଳେ (ଜିରୋ ଟଲୋରେନ୍ସ) ଶୂନ୍ୟ ସହିଷ୍ଣୁତା ଆଭିମୁଖ୍ୟ ଉପରେ ଜୋର ଦେଉଛନ୍ତି ରାଜ୍ୟ ସରକାର। ଏହି ଆଭିମୁଖ୍ୟ ଅନୁଯାୟୀ ଏବେ କଟକ ତୁଳସୀପୁରସ୍ଥିତ ଅତିରିକ୍ତ ଏସ୍.ପି (ଯୋଗାଯୋଗ) ତ୍ରିନାଥ ମିଶ୍ରଙ୍କୁ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚାକିରୀରୁ ବାଧ୍ୟତାମୂଳକ ଅବସର ଦିଆଯାଇଛି । ଦୁର୍ନୀତି ଅଭିଯୋଗରେ ବାଧ୍ୟତାମୂଳକ ଅବସର ଦିଆଯିବାରେ ଶ୍ରୀ ମିଶ୍ର ହେଉଛନ୍ତି ଅନ୍ୟତମ ବରିଷ୍ଠ ଅଧିକାରୀ।ଗତ ସପ୍ତାହରେ ଆୟ ବହିର୍ଭତ ସମ୍ପତି ଠୁଳ ଅଭିଯୋଗରେ ତାଙ୍କର ୧୧ ଟି ସ୍ଥାନରେ ଭିଜିଲାନ୍ସ ଚଢ଼ାଉ କରି ବୁପୁଳ ସମ୍ପତି ଠାବ କରିଛି । ଓଡ଼ିଶା ସମାଚାର

About admin

Check Also

କିଏ କେଉଁଠି ପତାକା ଉତୋଳନ କରିବେ

ଭୁବନେଶ୍ୱର,୦୮/୦୮/୨୦୨୨(ଓଡ଼ିଶା ସମାଚାର)- ଆସନ୍ତା ଅଗଷ୍ଟ ୧୫ ତାରିଖ ସ୍ବାଧୀନତା ଦିବସ ରେ ରାଜ୍ୟସ୍ତରୀୟ ପରେଡରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସାମିଲ …

Leave a Reply

Your email address will not be published.