Saturday , August 13 2022
Breaking News
Home / ବିଶେଷ / ଶୋକ ଖବର : ପୂର୍ବତନ ମୁଖ୍ୟମନ୍ତ୍ରୀ ହେମାନନ୍ଦ ବିଶ୍ୱାଳ ଙ୍କ ପରଲୋକ

ଶୋକ ଖବର : ପୂର୍ବତନ ମୁଖ୍ୟମନ୍ତ୍ରୀ ହେମାନନ୍ଦ ବିଶ୍ୱାଳ ଙ୍କ ପରଲୋକ

ଭୁବନେଶ୍ୱର , ୨୫/୦୨/୨୦୨୨ (ଓଡ଼ିଶା ସମାଚାର)- ପୂର୍ବତନ ମୁଖ୍ୟମନ୍ତ୍ରୀ ହେମାନନ୍ଦ ବିଶ୍ୱାଳ ଙ୍କ ପରଲୋକ ଘଟିଛି । ମୃତ୍ୟୁବେଳକୁ ତାଙ୍କୁ ୮୨ ବର୍ଷ ହୋଇଥିଲା । ସେ ଦୁଇଥର ଓଡ଼ିଶାର ମୁଖ୍ୟମନ୍ତ୍ରୀ ହୋଇଥିଲେ ।
ପୂର୍ବତନ ମୁଖ୍ୟମନ୍ତ୍ରୀ ହେମାନନ୍ଦ ବିଶ୍ବାଳ ବର୍ତମାନର ଝାରସୁଗୁଡ଼ା ଜିଲ୍ଲାର ଠାକୁରପଡ଼ାରେ ୧ ଡିସେମ୍ବର ୧୯୩୯ରେ ଜନ୍ମ ଗ୍ରହଣ କରିଥିଲେ । ସେ ୭ ଡିସେମ୍ବର ୧୯୮୯ରୁ ୫ ମାର୍ଚ୍ଚ ୧୯୯୦ ଏବଂ ୬ ଡିସେମ୍ବର ୧୯୯୯ରୁ ୫ ମାର୍ଚ୍ଚ ୨୦୦୦ ପର୍ୟ୍ୟନ୍ତ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଥିଲେ । ୨୦୦୯ରେ ସୁନ୍ଦରଗଡ଼ର ଲୋକସଭା ସାଂସଦ ଭାବେ ନିର୍ବାଚିତ ହୋଇଥିଲେ । ସେ ଓଡ଼ିଶାର ପ୍ରଥମ ଅନୁସୂଚିତ ଜନଜାତି ବର୍ଗର ମୁଖ୍ୟମନ୍ତ୍ରୀ ଥିଲେ ।
୧୯୭୪ରୁ ୧୯୭୭ ଓ ୧୯୮୦ରୁ ୨୦୦୪ ପର୍ୟ୍ୟନ୍ତ ୬ ଥର ସେ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ । ୧୯୮୫ରୁ ୧୯୮୬ ପର୍ୟ୍ୟନ୍ତ ସେ ସ୍ବାସ୍ଥ୍ୟ ଓ ପରିବାରକଲ୍ୟାଣ ବିଭାଗର ମନ୍ତ୍ରୀ ଥିଲେ ।
ଗତ କିଛିଦିନ ପୂର୍ବରୁ ହେମାନନ୍ଦ ତାଙ୍କର ନିଜ ଗାଁ ଝାରସୁଗୁଡ଼ା ଜିଲ୍ଲାର ଠାକୁରପଡ଼ାକୁ ଯାଇଥିଲେ । ସେଠାରେ ସେ ହଠାତ୍ ତଳେ ପଡ଼ିଯାଇଥିଲେ । ତାଙ୍କୁ ସଙ୍ଗେସଙ୍ଗେ ମେଡିକାଲରେ ଭର୍ତ୍ତି କରାଯାଇଥିଲା । ପରବର୍ତ୍ତୀ ସମୟରେ ସେ ସୁସ୍ଥ ହୋଇ ଘରକୁ ଫେରିଥିଲେ ହେଁ ତାଙ୍କୁ ଜ୍ୱର ହୋଇଥିଲା  । ପରେ ତାଙ୍କୁ ଭୁବନେଶ୍ୱର ଅଣାଯାଇ ଏକ ଘରୋଇ ହସପିଟାଲରେ ଭର୍ତ୍ତି କରାଯାଇଥିଲା ।ତାଙ୍କ ବିୟୋଗରେ ବିଭିନ୍ନ ମହଲରୁ ଶୋକ ପ୍ରକାଶ ପାଇଛି । ଓଡ଼ିଶା ସମାଚାର

About admin

Check Also

ସୁବର୍ଣ୍ଣରେଖା ଓ ଦେଓ ଜଳସେଚନ ପ୍ରକଳ୍ପ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ

ମୟୁରଭଞ୍ଜ / ଭୁବନେଶ୍ୱର,୧୨/୦୮/୨୦୨୨(ଓଡ଼ିଶା ସମାଚାର)- ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଦିନିକିଆ ମୟୁରଭଞ୍ଜ ଜିଲ୍ଲା ଗସ୍ତ କରି ସେଠାରେ …

Leave a Reply

Your email address will not be published.