Saturday , August 13 2022
Breaking News
Home / ନିର୍ବାଚନ / ତାରା ଶଙ୍କର ରାୟଗୁରୁ ସରପଞ୍ଚ ନିର୍ବାଚିତ

ତାରା ଶଙ୍କର ରାୟଗୁରୁ ସରପଞ୍ଚ ନିର୍ବାଚିତ

ଜୁନାଗଡ଼ ,୦୧/୦୩/୨୦୨୨( ଓଡ଼ିଶା ସମାଚାର /ରାକେଶ ବେମାଲ ) – କଳାହାଣ୍ଡି ଜିଲ୍ଲା ଜୁନାଗଡ଼ ବ୍ଲକ ମୁଣ୍ଡରାଗୁଡା ପଞ୍ଚାୟତର ସରପଞ୍ଚ ଭାବେ ନିର୍ବାଚିତ ହୋଇଛନ୍ତି ତାରା ଶଙ୍କର ରାୟଗୁରୁ । ସେ ତାଙ୍କ ନିକଟତମ ପ୍ରତିଦ୍ବନ୍ଦୀ ଅଂଶୁମାନ ଯୋଶୀ ଙ୍କୁ  ୩୧୦ ଖଣ୍ଡ ଭୋଟରେ ପରାସ୍ତ କରି ବିଜୟ ମୁକୁଟ ପରିଧାନ କରିଛନ୍ତି । ଏଥର ମୁଣ୍ଡରା ଗୁଡା ପଞ୍ଚାୟତରେ ୮ ଜଣ ପ୍ରାର୍ଥୀ ପ୍ରତିଦ୍ବନ୍ଦିତା କରୁଥିଲେ । ସମସ୍ତ ପ୍ରାର୍ଥୀଙ୍କୁ ପଛରେ ପକାଇ ଶ୍ରୀ ରାୟଗୁରୁ ବିଜୟୀ ହୋଇଛନ୍ତି । ସେ ତାଙ୍କ ସମର୍ଥକଙ୍କ ସହ ବିଜୟ ଉତ୍ସବ ମନାଉଛନ୍ତି । ତାରା ଶଙ୍କର ରାୟଗୁରୁଙ୍କୁ ଚିଲଗୁଡା  ରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଥିଲା । ଏହାପରେ ସେ ଖସିଗୁଡା ଗ୍ରାମରେ ପହଞ୍ଚିଥିଲେ । ଗ୍ରାମବାସୀମାନେ ତାଙ୍କୁ ବନ୍ଦାପନା କରିବାସହ ଉତ୍ସସିତ ସମ୍ବର୍ଦ୍ଧନା ଜ୍ଞାପନ କରୁଥିବା ଦେଖାଯାଇଛି । ଓଡ଼ିଶା ସମାଚାର

About admin

Check Also

ସୁବର୍ଣ୍ଣରେଖା ଓ ଦେଓ ଜଳସେଚନ ପ୍ରକଳ୍ପ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ

ମୟୁରଭଞ୍ଜ / ଭୁବନେଶ୍ୱର,୧୨/୦୮/୨୦୨୨(ଓଡ଼ିଶା ସମାଚାର)- ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଦିନିକିଆ ମୟୁରଭଞ୍ଜ ଜିଲ୍ଲା ଗସ୍ତ କରି ସେଠାରେ …

Leave a Reply

Your email address will not be published.