Tuesday , August 9 2022
Breaking News
Home / ନିର୍ବାଚନ / ଶିବ ହାତୀ ସରପଞ୍ଚ ନିର୍ବାଚିତ

ଶିବ ହାତୀ ସରପଞ୍ଚ ନିର୍ବାଚିତ

ଜୁନାଗଡ଼ ,୦୧/୦୩/୨୦୨୨( ଓଡ଼ିଶା ସମାଚାର /ରାକେଶ ବେମାଲ ) –  କଳାହାଣ୍ଡି ଜିଲ୍ଲା ଜୁନାଗଡ଼ ବ୍ଲକ ଗୌଡ଼ ଛେଣ୍ଡିଆ ପଞ୍ଚାୟତର ସରପଞ୍ଚ ଭାବେ ନିର୍ବାଚିତ ହୋଇଛନ୍ତି ଶିବ ହାତୀ । ସେ ତାଙ୍କ ନିକଟତମ ପ୍ରତିଦ୍ବନ୍ଦୀ ଅମରେନ୍ଦ୍ର ବେହେରା କୁ ୫୨ ଖଣ୍ଡ ଭୋଟରେ ପରାସ୍ତ କରି ବିଜୟ ମୁକୁଟ ପରିଧାନ କରିଛନ୍ତି । ଏଥର ଗୌଡ଼ ଛେଣ୍ଡିଆ ପଞ୍ଚାୟତରେ ୭ ଜଣ ପ୍ରାର୍ଥୀ ପ୍ରତିଦ୍ବନ୍ଦିତା କରୁଥିଲେ । ସମସ୍ତ ପ୍ରାର୍ଥୀଙ୍କୁ ପଛରେ ପକାଇ ଶ୍ରୀ ହାତୀ ବିଜୟୀ ହୋଇଛନ୍ତି । ସେ ତାଙ୍କ ସମର୍ଥକଙ୍କ ସହ ବିଜୟ ଉତ୍ସବ ମନାଉଛନ୍ତି । ଶିବ ହାତୀ ଙ୍କୁ ଚିକଲି  ରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଥିଲା । ଏହାପରେ ସେ ଗୌଡ଼ ଛେଣ୍ଡିଆ ଗ୍ରାମରେ ପହଞ୍ଚିଥିଲେ । ଗ୍ରାମବାସୀମାନେ ତାଙ୍କୁ ବନ୍ଦାପନା କରିବାସହ ଉତ୍ସସିତ ସମ୍ବର୍ଦ୍ଧନା ଜ୍ଞାପନ କରୁଥିବା ଦେଖାଯାଇଛି । ଓଡ଼ିଶା ସମାଚାର

About admin

Check Also

କିଏ କେଉଁଠି ପତାକା ଉତୋଳନ କରିବେ

ଭୁବନେଶ୍ୱର,୦୮/୦୮/୨୦୨୨(ଓଡ଼ିଶା ସମାଚାର)- ଆସନ୍ତା ଅଗଷ୍ଟ ୧୫ ତାରିଖ ସ୍ବାଧୀନତା ଦିବସ ରେ ରାଜ୍ୟସ୍ତରୀୟ ପରେଡରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସାମିଲ …

Leave a Reply

Your email address will not be published.