Tuesday , August 16 2022
Breaking News
Home / ବିଶେଷ / ଖୁବଶୀଘ୍ର ଓଡିଶା ବିଧାନସଭା ଟିଭି ଚ୍ୟାନେଲ୍

ଖୁବଶୀଘ୍ର ଓଡିଶା ବିଧାନସଭା ଟିଭି ଚ୍ୟାନେଲ୍

ଭୁବନେଶ୍ୱର , ୦୬/୦୩/୨୦୨୨ (ଓଡ଼ିଶା ସମାଚାର)- ପାର୍ଲାମେଣ୍ଟ ଢାଞ୍ଚାରେ ଖୁବଶୀଘ୍ର ଓଡିଶା ବିଧାନସଭା ଟିଭି ଚ୍ୟାନେଲ୍ ହେବ । ଏନେଇ ବାଚସ୍ପତି ସୂର୍ୟ୍ୟନାରାୟଣ ପାତ୍ର ସୂଚନା ଦେଇଛନ୍ତି ।ସେ କହିଛନ୍ତି ଯେ, ବିଧାନସଭା ସମାଚାର ନାଁରେ ଏକ ୟୁଟ୍ୟୁବ ଚ୍ୟାନେଲ୍ ଆରମ୍ଭ ହୋଇଛି । ଶନିବାର ଜନନାୟକ ବିଜୁ ପଟ୍ଟନାୟକଙ୍କ ଜନ୍ମ ଜୟନ୍ତୀରେ ଏହାର ଶୁଭାରମ୍ଭ ହୋଇଛି । ଏବେ କେବଳ ୟୁଟ୍ୟୁବରେ ପ୍ରସାରଣ ହେବ । ପରେ ଏହାକୁ ସାଟେଲାଇଟ୍ ହେବାର ଯୋଜନା ରହିଛି । ବିଧାନସଭା ସଂପର୍କିତ ଖବର ଏଠାରେ ପ୍ରସାରଣ କରାଯିବ । ପରବର୍ତ୍ତୀ ସମୟରେ ବିଧାନସଭା ଟିଭି ଆରମ୍ଭ ହେବ । ଏନେଇ ସମସ୍ତ ପ୍ରକ୍ରିୟା ଆରମ୍ଭ ହୋଇଛି ।ଏଥିପାଇଁ ବର୍ତମାନ ବିଧାନସଭା ପରିସରରେ ଷ୍ଟଡିଓ ତିଆରି ଚାଲିଛି ।
ସେହିପରି ‘ବିଧାନସଭା ପତ୍ରିକା’ ନାମରେ ଏକ ମାସିକ ପ୍ରତିକା ପ୍ରକାଶ କରାଯିବ । ରାଜ୍ୟ ସରକାରଙ୍କ ବିଭିନ୍ନ ଯୋଜନା ଓ ବିଧାନସଭା ସଂପର୍କୀତ ଖବର ପ୍ରକାଶ କରାଯାଇ ସଠିକ୍ ତଥ୍ୟ ଦିଆଯିବ ବୋଲି ବାଚସ୍ପତି ଶ୍ରୀ ପାତ୍ର ସୂଚନା ଦେଇଛନ୍ତି । ଓଡ଼ିଶା ସମାଚାର

About admin

Check Also

ସ୍ବାଧୀନତା ର ଅମୃତମହୋତ୍ସବ ଓ ସ୍ୱାଧୀନତା ଦିବସ  ପାଳିତ

ନିଶ୍ଚିନ୍ତକୋଇଲି , ୧୫/୦୮/୨୦୨୨(ଓଡିଶା ସମାଚାର/ ଅଭୟ ଜେନା )- ଜନାର୍ଦ୍ଦନ ପୁର ଚିତ୍ରୋତ୍ପଳା ସରକାରୀ ଉଚ୍ଚବିଦ୍ୟାଳୟ ପ୍ରାଙ୍ଗଣ ରେ ୭୬ …

Leave a Reply

Your email address will not be published.