Thursday , June 30 2022
Breaking News
Home / ସ୍ୱାସ୍ଥ୍ୟ / ୨୨ ଜଣ ଶିଶୁ ଙ୍କ ସମେତ ୮୩ ଜଣ କରୋନା ସଂକ୍ରମିତ ଚିହ୍ନଟ,୩ ଜଣ ଙ୍କ ମୃତ୍ୟୁ

୨୨ ଜଣ ଶିଶୁ ଙ୍କ ସମେତ ୮୩ ଜଣ କରୋନା ସଂକ୍ରମିତ ଚିହ୍ନଟ,୩ ଜଣ ଙ୍କ ମୃତ୍ୟୁ

ଭୁବନେଶ୍ୱର, ୧୨/୦୩/୨୦୨୨ (ଓଡ଼ିଶା ସମାଚାର/ଦୀପ୍ତିରଂଜନ କାନୁନଗୋ)- ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୮୩ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୯ ଜଣ କ୍ୱାରେଣ୍ଟାଇନ୍ ରୁ ରହିଥିବା ବେଳେ ୩୪ ଜଣ ସ୍ଥାନୀୟ ସଂକ୍ରମିତ । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୨୨ ଜଣ ଶିଶୁ ରହିଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ଜଣେ, ବାଲେଶ୍ୱର ଜିଲ୍ଲାରୁ ୪ଜଣ, ବରଗଡ଼ ଜିଲ୍ଲାରୁ ଜଣେ, ଭଦ୍ରକ ଜିଲ୍ଲାରୁ ଜଣେ, ବଲାଙ୍ଗୀର ଜିଲ୍ଲାରୁ ୪ଜଣ, କଟକ ଜିଲ୍ଲାରୁ ୫ଜଣ, ଗଜପତି ଜିଲ୍ଲାରୁ ୮ଜଣ, ଗଞ୍ଜାମ ଜିଲ୍ଲାରୁ ୨ଜଣ, ଯାଜପୁର ଜିଲ୍ଲାରୁ ଜଣେ, କଳାହାଣ୍ଡି ଜିଲ୍ଲାରୁ ଜଣେ, କନ୍ଧମାଳ ଜିଲ୍ଲାରୁ ଜଣେ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୪ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୫ଜଣ, କୋରାପୁଟ ଜିଲ୍ଲାରୁ ୩ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୫ଜଣ, ନବରଙ୍ଗପୁର ଜିଲ୍ଲାରୁ ୬ଜଣ, ନୟାଗଡ଼ ଜିଲ୍ଲାରୁ ଜଣେ, ନୂଆପଡ଼ା ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୧୨ଜଣ, ସୋନପୁର ଜିଲ୍ଲାରୁ ୫ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୦ଜଣ, ଷ୍ଟେଟ ପୁଲ୍ ରୁ ଜଣେ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୬୫୪୦ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟର ରେ ସୂଚନା ଦିଆଯାଇଛି ।
ଅନ୍ୟ ପକ୍ଷରେ ଗତ ୨୪ ଘଂଟା ମଧ୍ୟରେ ଆଉ ୩ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ହୋଇଛି । ମୃତକ ୩ ଜଣ ସୁନ୍ଦରଗଡ଼ ଜିଲ୍ଲାର କରୋନା ସଂକ୍ରମିତ।
ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୯୧୦୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୬୫୪୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୨୭୬୪୦୨ଜଣ ସୁସ୍ଥ ହୋଇଛନ୍ତି । କରୋନାଜନିତ ମୃତ୍ୟୁ ସଂଖ୍ୟା ୯୧୦୮କୁ ବୃଦ୍ଧି ପାଇଥିବାବେଳେ ୫୩ ଜଣ କରୋନା ସଂକ୍ରମିତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି । ଆଉ ୯୭୭ଜଣ ସକ୍ରୀୟ ସଂକ୍ରମିତ ଚିକିତ୍ସାଧିନ ଅଛନ୍ତି । ଗତକାଲି ସୁଦ୍ଧା ରାଜ୍ୟରେ ୨୯୮୩୧୨୪୩ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର

About admin

Check Also

ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ସଂଖ୍ୟା ୩ ଅଙ୍କ ଛୁଇଁଲା , ୧୫ଜଣ ଶିଶୁ ଙ୍କ ସମେତ ୧୧୩ ଜଣ କରୋନା ସଂକ୍ରମିତ ଚିହ୍ନଟ, ମୃତ୍ୟୁ ସଂଖ୍ୟା ସ୍ଥିର

ଭୁବନେଶ୍ୱର ୨୮/୬/୨୦୨୨(ଓଡ଼ିଶା ସମାଚାର)- ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ସଂଖ୍ୟା ୩ ଅଙ୍କ ଛୁଇଁଲା। ଗତ ୨୪ ଘଣ୍ଟା ମଧ୍ୟରେ …

Leave a Reply

Your email address will not be published. Required fields are marked *