Tuesday , August 16 2022
Breaking News
Home / ବିଶେଷ / ଜିଲ୍ଲା ପ୍ରଶାସନ ପକ୍ଷରୁ ମାଳତୀ ଚୈାଧୁରୀଙ୍କ ଶ୍ରାଦ୍ଧ ଦିବସ ପାଳିତ

ଜିଲ୍ଲା ପ୍ରଶାସନ ପକ୍ଷରୁ ମାଳତୀ ଚୈାଧୁରୀଙ୍କ ଶ୍ରାଦ୍ଧ ଦିବସ ପାଳିତ

ଜଗତସିଂହପୁର, ୧୫/୦୩/୨୦୨୨( ଓଡ଼ିଶା ସମାଚାର )-ମଙ୍ଗଳବାର  ଜଗତସିଂହପୁର  ଜିଲ୍ଲା ପ୍ରଶାସନ ପକ୍ଷରୁ ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ,ଗାନ୍ଧୀବାଦି,ମାଳତୀ ଚୈାଧୁରୀଙ୍କ ଶ୍ରାଦ୍ଧ ଦିବସ ପାଳିତ ହୋଇଯାଇଅଛି । ଏହି ଅବସରରେ ଜିଲ୍ଲାପାଳ ଶ୍ରୀମତୀ ପାରୁଲ୍ ପଟାଓରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପରିସରରେ ଥିବା ମାଳତୀ ଚୈାଧୁରୀଙ୍କ ପ୍ରତି ମୂର୍ତିରେ ପୁଷ୍ପମାଲ୍ୟ ଅର୍ପଣ କରି ଶ୍ରଦ୍ଧାଞଳୀ ଜଣାଇ ଥିଲେ । ଏହି କାର୍ଯ୍ୟକ୍ରମରେ ଜିଲ୍ଲା ସୂଚନା ଓ ଲୋକ ଅଧିକାରୀ କାମିନୀ ରଂଜନ ପଟ୍ଟନାୟକ, ପୈାର ପରିଷଦ ନିର୍ବାହୀ ଅଧିକାରୀ ଅଶୋକ କୁମାର କର୍ଣ୍ଣ ,ସରକାରୀ ଉଚ୍ଚ ବାଳିକା ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ମମତା ମଂଜରୀ ମହାନ୍ତି ପ୍ରମୁଖ ମାଳତୀ ଚୈାଧୁରୀଙ୍କ ପ୍ରତିମୂର୍ତିରେ ମାଲ୍ୟାର୍ପଣ କରିଥିଲେ । ଏହି କାର୍ଯ୍ୟକ୍ରମରେ ବାଳିକା ବିଦ୍ୟାଳୟର ଶିକ୍ଷୟିତ୍ରୀ,ପୈାର ପରିଷଦ କର୍ମଚାରୀ  ଓ ଗଣମାଧ୍ୟମ ପ୍ରତିନିଧିମାନେ ଉପସ୍ଥିତ ଥିଲେ । ଓଡ଼ିଶା ସମାଚାର

About admin

Check Also

ସ୍ବାଧୀନତା ର ଅମୃତମହୋତ୍ସବ ଓ ସ୍ୱାଧୀନତା ଦିବସ  ପାଳିତ

ନିଶ୍ଚିନ୍ତକୋଇଲି , ୧୫/୦୮/୨୦୨୨(ଓଡିଶା ସମାଚାର/ ଅଭୟ ଜେନା )- ଜନାର୍ଦ୍ଦନ ପୁର ଚିତ୍ରୋତ୍ପଳା ସରକାରୀ ଉଚ୍ଚବିଦ୍ୟାଳୟ ପ୍ରାଙ୍ଗଣ ରେ ୭୬ …

Leave a Reply

Your email address will not be published.