Friday , July 1 2022
Breaking News
Home / ସ୍ୱାସ୍ଥ୍ୟ / ୯ ଜଣ ଶିଶୁ ଙ୍କ ସମେତ ୧୦୮ ଜଣ କରୋନା ସଂକ୍ରମିତ ଚିହ୍ନଟ

୯ ଜଣ ଶିଶୁ ଙ୍କ ସମେତ ୧୦୮ ଜଣ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର ,୧୮/୦୩/୨୦୨୨ (ଓଡ଼ିଶା ସମାଚାର)- ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୦୮ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୬ ଜଣ କ୍ୱାରେଣ୍ଟାଇନ୍ ରୁ ରହିଥିବା ବେଳେ ୩୩ ଜଣ ସ୍ଥାନୀୟ ସଂକ୍ରମିତ । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୯ ଜଣ ଶିଶୁ ରହିଛନ୍ତି ।ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୩ ଜଣ, ବାଲେଶ୍ୱର ଜିଲ୍ଲାରୁ ୫ ଜଣ, ଭଦ୍ରକରୁ ୧ ଜଣ, ବଲାଙ୍ଗୀରରୁ ୬ ଜଣ, ବୌଦ୍ଧ ଜିଲ୍ଲାରୁ ୧ ଜଣ, କଟକରୁ ୨ ଜଣ, ଗଜପତିରୁ ୮ ଜଣ, ଗଞ୍ଜାମ ଜିଲ୍ଲାରୁ ୧୧, ଜଗତସିଂହପୁର ଜିଲ୍ଲାରୁ ୨ ଜଣ, ଯାଜପୁରରୁ ୬ ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୦ ଜଣ, ଖୋର୍ଦ୍ଧାରୁ ୩ ଜଣ, କୋରାପୁଟରୁ ୩ ଜଣ, ମୟୂରଭଞ୍ଜରୁ ୧ ଜଣ, ସମ୍ୱଲପୁରରୁ ୬ ଜଣ, ସୁନ୍ଦରଗଡ଼ରୁ ୯ ଜଣ ଓ ଷ୍ଟେଟ ପୁଲ ରୁ ୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୨୮୭୦୩୬ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟର ରେ ସୂଚନା ଦିଆଯାଇଛି ।
ଅନ୍ୟ ପକ୍ଷରେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ କରୋନା ମୃତ୍ୟୁ ସମ୍ପର୍କରେ ରିପୋର୍ଟ ଲେଖାହେବା ପର୍ଯ୍ୟନ୍ତ କୌଣସି ସୂଚନା ଦିଆଯାଇନାହିଁ । ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୯୧୧୬ ରେ ପହଂଚିଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୭୦୩୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୨୭୭୧୫୩ଜଣ ସୁସ୍ଥ ହୋଇଛନ୍ତି । କରୋନା ଜନିତ ମୃତ୍ୟୁ ସଂଖ୍ୟା ୯୧୧୬ ରେ ପହଂଚିଥିବାବେଳେ ୫୩ ଜଣ କରୋନା ସଂକ୍ରମିତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି । ଆଉ ୭୧୪ ଜଣ ସକ୍ରୀୟ ସଂକ୍ରମିତ ଚିକିତ୍ସାଧିନ ଅଛନ୍ତି । ଗତକାଲି ସୁଦ୍ଧା ରାଜ୍ୟରେ ୩୦୧୦୬୩୬୮ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର

About admin

Check Also

କଟକ ଵଡ ଡାକ୍ତରଖାନାର ଵର୍ଣ୍ଣ ୟୁନିଟ୍ ରେ ନାହିଁ ଆଇସିୟୁ , ବିଭିନ୍ନ ବିଭାଗର ବିଶେଷଜ୍ଞ ପ୍ରଫେସର ପଦବୀ ଖାଲି,ଵଦଳିଲା ରିମାଟୋଲୋଜି ଵିଭାଗର ନାଁ

କଟକ ସଦର, ୨୯/୬/୨୦୨୨(ଓଡ଼ିଶା ସମାଚାର /ଵିଷ୍ଣୁ ବେହେରା): ରାଜ୍ୟ ସରକାରଙ୍କ ପକ୍ଷରୁ କଟକ ଏସସିଵି ଵଡ ଡାକ୍ତରଖାନାକୁ ବିଶ୍ୱସ୍ତରୀୟ କରିଵାକୁ …

Leave a Reply

Your email address will not be published. Required fields are marked *