Friday , July 1 2022
Breaking News
Home / ସ୍ୱାସ୍ଥ୍ୟ / ୮ ଜଣ ଶିଶୁ ଙ୍କ ସମେତ ୪୫ ଜଣ କରୋନା ସଂକ୍ରମିତ ଚିହ୍ନଟ

୮ ଜଣ ଶିଶୁ ଙ୍କ ସମେତ ୪୫ ଜଣ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର ୨୦/୦୩/୨୦୨୨( ଓଡ଼ିଶା ସମାଚାର )- ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୫ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୭ ଜଣ କ୍ୱାରେଣ୍ଟାଇନ୍ ରୁ ରହିଥିବା ବେଳେ ୧୮ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୮ ଜଣ ଶିଶୁ ରହିଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ଜଣେ, ବାଲେଶ୍ୱର ଜିଲ୍ଲାରୁ ୪ଜଣ, କଟକ ଜିଲ୍ଲାରୁ ୨ଜଣ, ଗଜପତି ଜିଲ୍ଲାରୁ ୫ଜଣ, ଗଞ୍ଜାମ ଜିଲ୍ଲାରୁ ୧୧ଜଣ, ଯାଜପୁର ଜିଲ୍ଲାରୁ ୫ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ଜଣେ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୬ଜଣ, ଖୋର୍ଦ୍ଧା ଜିଲ୍ଲାରୁ ଜଣେ, କୋରାପୁଟ ଜିଲ୍ଲାରୁ ୩ଜଣ, ମୟୁରଭଞ୍ଜ ଜିଲ୍ଲାରୁ ଜଣେ, ନବରଙ୍ଗପୁର ଜିଲ୍ଲାରୁ ଜଣେ, ନୟାଗଡ଼ ଜିଲ୍ଲାରୁ ଜଣେ, ରାୟଗଡ଼ା ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ସଂକ୍ରମିତ ଙ୍କ ସଂଖ୍ୟା ୧୨୮୭୧୫୩ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟର ରେ ସୂଚନା ଦିଆଯାଇଛି । ଅନ୍ୟ ପକ୍ଷରେ ଗତ ୨୪ ଘଂଟାରେ କେତେ ସଂକ୍ରମିତଙ୍କ ମୃତ୍ୟୁ ହୋଇଛି ତାହା ର ସୂଚନା ଦିଆଯାଇନାହିଁ । ତେବେ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୯୧୧୬ ରେ ପହଂଚିଥିବାବେଳେ ୫୩ ଜଣ କରୋନା ସଂକ୍ରମିତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୭୧୫୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୬୨୭ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୭୭୩୫୭ଜଣ ସୁସ୍ଥ ହୋଇଛନ୍ତି । କରୋନା ଜନିତ ମୃତ୍ୟୁ ସଂଖ୍ୟା ୯୧୧୬ ରେ ପହଂଚି ଥିବାବେଳେ ଆଉ ୬୨୭ ଜଣ ସକ୍ରୀୟ ସଂକ୍ରମିତ ଚିକିତ୍ସାଧିନ ଅଛନ୍ତି । ଗତକାଲି ସୁଦ୍ଧା ରାଜ୍ୟରେ ୩୦୧୮୯୧୩୪ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର

About admin

Check Also

କଟକ ଵଡ ଡାକ୍ତରଖାନାର ଵର୍ଣ୍ଣ ୟୁନିଟ୍ ରେ ନାହିଁ ଆଇସିୟୁ , ବିଭିନ୍ନ ବିଭାଗର ବିଶେଷଜ୍ଞ ପ୍ରଫେସର ପଦବୀ ଖାଲି,ଵଦଳିଲା ରିମାଟୋଲୋଜି ଵିଭାଗର ନାଁ

କଟକ ସଦର, ୨୯/୬/୨୦୨୨(ଓଡ଼ିଶା ସମାଚାର /ଵିଷ୍ଣୁ ବେହେରା): ରାଜ୍ୟ ସରକାରଙ୍କ ପକ୍ଷରୁ କଟକ ଏସସିଵି ଵଡ ଡାକ୍ତରଖାନାକୁ ବିଶ୍ୱସ୍ତରୀୟ କରିଵାକୁ …

Leave a Reply

Your email address will not be published. Required fields are marked *