Tuesday , August 9 2022
Breaking News
Home / ବିଶେଷ / ଅବସରପ୍ରାପ୍ତ ଷ୍ଟେଟବ୍ୟାଙ୍କ କର୍ମଚାରୀଙ୍କ ପରଲୋକ

ଅବସରପ୍ରାପ୍ତ ଷ୍ଟେଟବ୍ୟାଙ୍କ କର୍ମଚାରୀଙ୍କ ପରଲୋକ

କେନ୍ଦ୍ରାପଡ଼ା, ୨୨/୦୩/୨୦୨୨( ଓଡ଼ିଶା ସମାଚାର )- ଭାରତୀୟ ଷ୍ଟେଟବ୍ୟାଙ୍କ କେନ୍ଦ୍ରାପଡା ଶାଖାର ଅବସରପ୍ରାପ୍ତ କର୍ମଚାରୀ ବଲ୍ଲଭ ନାୟକଙ୍କର ଭୁବନେଶ୍ୱରସ୍ଥିତ ଏକ ବେସରକାରୀ ଡାକ୍ତରଖାନାରେ ୭୨ବର୍ଷ ବୟସରେ ପରଲୋକ ହୋଇଯାଇଛି । ସେ ଦୀର୍ଘ ୨୫ବର୍ଷରୁ ଉଦ୍ଧ୍ୱର୍ ସମୟ ଧରି କେନ୍ଦ୍ରାପଡା ଷ୍ଟେଟବ୍ୟାଙ୍କ ଶାଖାରେ କାର୍ଯ୍ୟ କରିଥିଲେ । ସେ ଜଣେ କର୍ତବ୍ୟନିଷ୍ଠ, ମେଳାପି ଓ ସାହାଯ୍ୟକାରୀ କର୍ମଚାରୀ ଭାବରେ ଜଣାଶୁଣା ଥିଲେ । ଅବସର ପରେ ସେ ରାମନଗରପାଟଣାସ୍ଥିତ ବାସଭବନରେ ଅବସ୍ଥାନ କରୁଥିଲେ । ତାଙ୍କ ଜନ୍ମସ୍ଥାନ ଶେରପୁର ଠାରେ ଶେଷକୃତ୍ୟ ସମ୍ପନ୍ନ ହୋଇଥିବା ବେଳେ ଜ୍ୟେଷ୍ଠପୁତ୍ର ସୌଭାଗ୍ୟ ରଞ୍ଜନ ନାୟକ ମୁଖାଗ୍ନି ଦେଇଥିଲେ । ସ୍ୱର୍ଗତ ନାୟକଙ୍କ ବିୟୋଗରେ କେନ୍ଦ୍ରାପଡା ଜିଲ୍ଲା ଅବସରପ୍ରାପ୍ତ ବ୍ୟାଙ୍କ କର୍ମଚାରୀ ସଂଘ ପକ୍ଷରୁ ସାଧାରଣ ସମ୍ପାଦକ ଗଣେଶ୍ୱର ମେକାପ ଗଭୀର ଶୋକବ୍ୟକ୍ତ କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଇଛନ୍ତି । ଓଡ଼ିଶା ସମାଚାର

About admin

Check Also

ଜିଲ୍ଲାପାଳଙ୍କ ଅନୁପସ୍ଥିତିରେ ଅବ୍ୟବସ୍ଥା ମଧ୍ୟରେ କିଶନନଗର ତହସିଲରେ ଜନଶୁଣାଣୀ

କଟକ ସଦର, ୦୮/୦୮/୨୦୨୨(ଓଡ଼ିଶା ସମାଚାର /ଵିଷ୍ଣୁ ବେହେରା): କିଶନନଗର ତହସିଲରେ ଆଜି (ସୋମବାର ) ଜିଲ୍ଲାପାଳଙ୍କ ଜନଶୁଣାଣୀ କାର୍ଯ୍ୟକ୍ରମ ଥିବା …

Leave a Reply

Your email address will not be published.