ଭୁବନେଶ୍ୱର, ୨୩/୦୩/୨୦୨୨( ଓଡ଼ିଶା ସମାଚାର )- ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ ୬୦ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୬ ଜଣ କ୍ୱାରେଣ୍ଟାଇନ୍ ରୁ ରହିଥିବା ବେଳେ ୨୪ ଜଣ ସ୍ଥାନୀୟ ସଂକ୍ରମିତ । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୧୩ ଜଣ ଶିଶୁ ରହିଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ବାଲେଶ୍ୱର ୬ଜଣ, ଭଦ୍ରକ ଜିଲ୍ଲାରୁ ଜଣେ, ବଲାଙ୍ଗୀର ଜିଲ୍ଲାରୁ ୪ଜଣ, ବୌଦ୍ଧ ଜିଲ୍ଲାରୁ ୪ଜଣ, କଟକ ଜିଲ୍ଲାରୁ ୩ଜଣ, ଗଜପତି ଜିଲ୍ଲାରୁ ୪ଜଣ, ଗଞ୍ଜାମ ଜିଲ୍ଲାରୁ ୩ଜଣ, ଯାଜପୁର ଜିଲ୍ଲାରୁ ୫ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୬ଜଣ, କୋରାପୁଟ ଜିଲ୍ଲାରୁ ୪ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୩ଜଣ, ନୟାଗଡ଼ ଜିଲ୍ଲାରୁ ଜଣେ, ରାୟଗଡ଼ା ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୯ଜଣ, ଷ୍ଟେଟ ପୁଲ୍ ରୁ ୨ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୭୨୮୫ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟର ରେ ସୂଚନା ଦିଆଯାଇଛି ।
ଅନ୍ୟ ପକ୍ଷରେ ଗତ ୨୪ ଘଂଟା ମଧ୍ୟରେ କରୋନା ସଂକ୍ରମିତଙ୍କ କୌଣସି ମୃତ୍ୟୁ ର ସୂଚନା ଦିଆଯାଇନାହିଁ । ତେବେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୯୧୧୬ ରେ ରହିଥିବାବେଳେ ୫୩ ଜଣ କରୋନା ସଂକ୍ରମିତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୭୨୮୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୨୭୭୫୮୦ ଜଣ ସୁସ୍ଥ ହୋଇଛନ୍ତି । କରୋନା ମୃତ୍ୟୁ ସଂଖ୍ୟା ୯୧୧୬ ରେ ରହିଥିବାବେଳେ ୫୩ ଜଣ କରୋନା ସଂକ୍ରମିତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି । ଆଉ ୫୩୬ ଜଣ ସକ୍ରୀୟ ସଂକ୍ରମିତ ଚିକିତ୍ସାଧିନ ଅଛନ୍ତି । ଗତକାଲି ସୁଦ୍ଧା ରାଜ୍ୟରେ ୩୦୩୧୨୩୯୪ ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର