ଭୁବନେଶ୍ୱର , ୨୪/୦୩/୨୦୨୨ (ଓଡ଼ିଶା ସମାଚାର)- ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ ୩୮ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୩ ଜଣ କ୍ୱାରେଣ୍ଟାଇନ୍ ରୁ ରହିଥିବା ବେଳେ ୧୫ ଜଣ ସ୍ଥାନୀୟ ସଂକ୍ରମିତ । ସେହିପରି ଚିହ୍ନଟ ହୋଇଥିବା ସଂକ୍ରମିତ ଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୯ ଜଣ ଶିଶୁ ରହିଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ବାଲେଶ୍ୱର ଜିଲ୍ଲାରୁ ୨ଜଣ, ବରଗଡ଼ ଜିଲ୍ଲାରୁ ଜଣେ, ବୌଦ୍ଧ ଜିଲ୍ଲାରୁ ଜଣେ, ଗଜପତି ଜିଲ୍ଲାରୁ ୮ଜଣ, ଗଞ୍ଜାମ ଜିଲ୍ଲାରୁ ୨ଜଣ, ଜଗତସିଂହପୁର ଜିଲ୍ଲାରୁ ଜଣେ, ଯାଜପୁର ଜିଲ୍ଲାରୁ ୬ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ଜଣେ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୬ଜଣ, ମୟୁରଭଞ୍ଜ ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୪ଜଣ, ଷ୍ଟେଟ ପୁଲ୍ ରୁ ଜଣେ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୭୩୨୩ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୭୩୨୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥି ମଧ୍ୟରୁ ୧୨୭୭୬୭୭ ଜଣ ସୁସ୍ଥ ହୋଇଛନ୍ତି । କରୋନା ଜନିତ ମୃତ୍ୟୁ ସଂଖ୍ୟା ୯,୧୧୭ ରେ ପହଂଚିଥିବାବେଳେ ୫୩ ଜଣ କରୋନା ସଂକ୍ରମିତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି । ଆଉ ୪୭୬ ଜଣ ସକ୍ରୀୟ ସଂକ୍ରମିତ ଚିକିତ୍ସାଧିନ ଅଛନ୍ତି । ଗତକାଲି ସୁଦ୍ଧା ରାଜ୍ୟରେ ୩୦୩୫୩୫୬୮ ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର