ଭୁବନେଶ୍ୱର ,୨୬/୦୩/୨୦୨୨ (ଓଡ଼ିଶା ସମାଚାର)- ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ ୪୩ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୬ ଜଣ କ୍ୱାରେଣ୍ଟାଇନ୍ ରୁ ରହିଥିବା ବେଳେ ୧୭ ଜଣ ସ୍ଥାନୀୟ ସଂକ୍ରମିତ । ସେହିପରି ଚିହ୍ନଟ ହୋଇଥିବା ସଂକ୍ରମିତ ଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୧୩ ଜଣ ଶିଶୁ ରହିଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ବାଲେଶ୍ୱର ଜିଲ୍ଲାରୁ ୩ଜଣ, ବଲାଙ୍ଗୀର ଜିଲ୍ଲାରୁ ଜଣେ, ବୌଦ୍ଧ ଜିଲ୍ଲାରୁ ୨ଜଣ, କଟକ ଜିଲ୍ଲାରୁ ଜଣେ, ଗଜପତି ଜିଲ୍ଲାରୁ ୬ଜଣ, ଗଞ୍ଜାମ ଜିଲ୍ଲାରୁ ୨ଜଣ, ଯାଜପୁର ଜିଲ୍ଲାରୁ ୩ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨ଜଣ, କନ୍ଧମାଳ ଜିଲ୍ଲାରୁ ଜଣେ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୭ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୫ଜଣ, କୋରାପୁଟ ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ଜଣେ, ନୂଆପଡ଼ା ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୪ଜଣ, ଷ୍ଟେଟ ପୁଲ୍ ରୁ ଜଣେ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ସଂକ୍ରମିତ ଙ୍କ ସଂଖ୍ୟା ୧୨୮୭୪୨୧ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟର ରେ ସୂଚନା ଦିଆଯାଇଛି ।
ଅନ୍ୟ ପକ୍ଷରେ କରୋନା ସଂକ୍ରମିତଙ୍କ ମଧ୍ୟରୁ ମୃତ୍ୟୁ ବରଣ କରିଥିବା ସମ୍ପର୍କରେ ଏ ପର୍ଯ୍ୟନ୍ତ କୌଣସି ସୂଚନା ମିଳିନାହିଁ । ମୋଟ କରୋନା ମୃତ୍ୟୁ ସଂଖ୍ୟା ୯୧୧୭ ରେ ପହଂଚିଥିବାବେଳେ ୫୩ ଜଣ କରୋନା ସଂକ୍ରମିତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୭୪୨୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୨୭୭୮୧୯ ଜଣ ସୁସ୍ଥ ହୋଇଛନ୍ତି । କରୋନା ଜନିତ ମୃତ୍ୟୁ ସଂଖ୍ୟା ୯୧୧୭ ରେ ପହଂଚିଥିବାବେଳେ ୫୩ ଜଣ କରୋନା ସଂକ୍ରମିତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି । ଆଉ ୪୩୧ ଜଣ ସକ୍ରୀୟ ସଂକ୍ରମିତ ଚିକିତ୍ସାଧିନ ଅଛନ୍ତି । ଗତକାଲି ସୁଦ୍ଧା ରାଜ୍ୟରେ ୩୦୪୫୧୦୧୩ ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର