Tuesday , August 9 2022
Breaking News
Home / ବିଶେଷ / ହୃଦଘାତରେ ପୂର୍ବତନ ମନ୍ତ୍ରୀ ରିପୁନାଥ ସେଠ୍ ଙ୍କର ପରଲୋକ

ହୃଦଘାତରେ ପୂର୍ବତନ ମନ୍ତ୍ରୀ ରିପୁନାଥ ସେଠ୍ ଙ୍କର ପରଲୋକ

ବରଗଡ଼ ୨୭/୦୩/୨୦୨୨(ଓଡ଼ିଶା ସମାଚାର)- ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ ମନ୍ତ୍ରୀ ରିପୁନାଥ ସେଠ୍ ଙ୍କର ହୃଦଘାତରେ ପରଲୋକ ହୋଇଛି । ପ୍ରାପ୍ତ ସୂଚନା ଅନୁଯାୟୀ, ରବିବାର ଦିନ ନିଜ ବରପାଲି ସ୍ଥିତ ବାସଭବନରେ ଥିବା ସମୟରେ ସେ ହଠାତ୍ ଛାତିରେ ଯନ୍ତ୍ରଣା ଅନୁଭବ କରିଥିଲେ । ତାଙ୍କୁ ତୁରନ୍ତ ନିକଟସ୍ଥ ଏକ ଘରୋଇ ନର୍ସିଂ ହୋମକୁ ନିଆଯାଇଥିଲା । ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ହେମାନନ୍ଦ ବିଶ୍ଵାଳ ଙ୍କ ମନ୍ତ୍ରୀ ମଣ୍ଡଳରେ ସେ ଗଣଶିକ୍ଷା ମନ୍ତ୍ରୀ ଥିଲେ। ରିପୁନାଥଙ୍କ ମୃତ୍ୟୁ ଖବର ପ୍ରଚାରିତ ହେବା ପରେ ଚାରିଆଡେ ଶୋକର ଛାୟା ଖେଳିଯାଇଛି । ଓଡ଼ିଶା ସମାଚାର

About admin

Check Also

କିଏ କେଉଁଠି ପତାକା ଉତୋଳନ କରିବେ

ଭୁବନେଶ୍ୱର,୦୮/୦୮/୨୦୨୨(ଓଡ଼ିଶା ସମାଚାର)- ଆସନ୍ତା ଅଗଷ୍ଟ ୧୫ ତାରିଖ ସ୍ବାଧୀନତା ଦିବସ ରେ ରାଜ୍ୟସ୍ତରୀୟ ପରେଡରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସାମିଲ …

Leave a Reply

Your email address will not be published.