ଭୁବନେଶ୍ୱର ,୨୭/୦୩/୨୦୨୨( ଓଡ଼ିଶା ସମାଚାର )- ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ ୪୮ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୯ ଜଣ କ୍ୱାରେଣ୍ଟାଇନ୍ ରୁ ରହିଥିବା ବେଳେ ୧୯ ଜଣ ସ୍ଥାନୀୟ ସଂକ୍ରମିତ । ସେହିପରି ଚିହ୍ନଟ ହୋଇଥିବା ସଂକ୍ରମିତ ଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୧୬ ଜଣ ଶିଶୁ ରହିଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ବାଲେଶ୍ୱର ଜିଲ୍ଲାରୁ ୪ଜଣ, ଭଦ୍ରକ ଜିଲ୍ଲାରୁ ଜଣେ, ବଲାଙ୍ଗୀର ଜିଲ୍ଲାରୁ ୯ଜଣ, କଟକ ଜିଲ୍ଲାରୁ ଜଣେ, ଗଜପତି ଜିଲ୍ଲାରୁ ୭ଜଣ, ଯାଜପୁର ଜିଲ୍ଲାରୁ ୨ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୩ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୬ଜଣ, ସମ୍ବଲପୁର ଜିଲ୍ଲାରୁ ୩ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୮ଜଣ, ଷ୍ଟେଟ ପୁଲ୍ ରୁ ଜଣେ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧୨୮୭୪୬୯ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟର ରେ ସୂଚନା ଦିଆଯାଇଛି ।
ଅନ୍ୟ ପକ୍ଷରେ ଗତ ୨୪ ଘଂଟା ମଧ୍ୟରେ କରୋନା ଜନିତ ମୃତ୍ୟୁ ସମ୍ପର୍କରେ ବର୍ତମାନ ସୁଦ୍ଧା କୌଣସି ସୂଚନା ଦିଆଯାଇନାହିଁ ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୭୪୬୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୨୭୭୮୭୯ ଜଣ ସୁସ୍ଥ ହୋଇଛନ୍ତି । କରୋନା ଜନିତ ମୃତ୍ୟୁ ସଂଖ୍ୟା ୯୧୧୮ ରେ ପହଂଚିଥିବାବେଳେ ୫୩ ଜଣ କରୋନା ସଂକ୍ରମିତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି । ଆଉ ୪୧୯ ଜଣ ସକ୍ରୀୟ ସଂକ୍ରମିତ ଚିକିତ୍ସାଧିନ ଅଛନ୍ତି । ଗତକାଲି ସୁଦ୍ଧା ରାଜ୍ୟରେ ୩୦୪୯୪୩୯୮ସାମ୍ପୁଲ ଟେଷ୍ଟ୍ ହୋଇଛି ।ଓଡ଼ିଶା ସମାଚାର
