Tuesday , August 9 2022
Breaking News
Home / ତାଜା ଖବର / ଖେଳ ଖତମ୍ , ବହୁ ଚର୍ଚ୍ଚିତ କ୍ୟାମେରା ମ୍ୟାନ୍ ମାନସ ସ୍ୱାଇଁ ହତ୍ୟା ମାମଲା ରେ ସମ୍ପୃକ୍ତ ଅଭିଯୁକ୍ତ ଶର୍ମିଷ୍ଠା ରାଉତ୍

ଖେଳ ଖତମ୍ , ବହୁ ଚର୍ଚ୍ଚିତ କ୍ୟାମେରା ମ୍ୟାନ୍ ମାନସ ସ୍ୱାଇଁ ହତ୍ୟା ମାମଲା ରେ ସମ୍ପୃକ୍ତ ଅଭିଯୁକ୍ତ ଶର୍ମିଷ୍ଠା ରାଉତ୍

ଭୁବନେଶ୍ୱର ୨୮/୦୩/୨୦୨୨( ଓଡ଼ିଶା ସମାଚାର )- ଲୁଚକାଳି ଖେଳ ଶେଷ ହୋଇଛି । ବହୁ ଚର୍ଚ୍ଚିତ କ୍ୟାମେରା ମ୍ୟାନ୍ ମାନସ ସ୍ୱାଇଁ ହତ୍ୟା ମାମଲା ରେ ସମ୍ପୃକ୍ତ ଥିବା ଅଭିଯୁକ୍ତ ଶର୍ମିଷ୍ଠା ରାଉତ୍ ଶେଷରେ ଧରାପଡ଼ିଛନ୍ତି । କେବଳ ଶର୍ମିଷ୍ଠା ନୁହନ୍ତି,ତାଙ୍କ ସହଯୋଗୀ ଝୁନା ଭୋଇଙ୍କୁ ମଧ୍ୟ କ୍ରାଇମବ୍ରାଞ୍ଚ ଗିରଫ କରିଛି ।କ୍ରାଇମବ୍ରାଞ୍ଚ ଭଦ୍ରକ ନଳାଙ୍ଗ ଗାଁରୁ ଗିରଫ କରିଥିବା ଖବର ଆସୁଛି । ଭଦ୍ରକ ପୋଲିସ ଓ କ୍ରାଇମବ୍ରାଞ୍ଚ ର ମିଳିତ ଉଦ୍ୟମରେ ଉଭୟଙ୍କୁ ଗିରଫ କରାଯାଇଛି । ଆଜି ଚାନ୍ଦବାଲି ଜେଏମଏଫସି କୋର୍ଟରେ ଉଭୟଙ୍କୁ ହାଜର କରାଯିବା ସହ ଦୁଇଜଣଙ୍କୁ ରିମାଣ୍ଡରେ ନେବାକୁ କ୍ରାଇମବ୍ରାଞ୍ଚ ଦରଖାସ୍ତ କରିବ ।
ରବିବାର ଦିନ୍ କ୍ରାଇମ ବ୍ରାଞ୍ଚ ର ଏକ ଟିମ୍ ଭୁବନେଶ୍ୱର ସ୍ଥିତ ଦୟାଲ ଆଶ୍ରମକୁ ଯାଇ ତଦନ୍ତ କରିବା ସହିତ ଆଶ୍ରମକୁ ସିଲ କରିଛି । ଓଡ଼ିଶା ସମାଚାର

About admin

Check Also

ଶ୍ରମିକ ଙ୍କୁ ନେଇ ଯାଉଥିବା ପିକଅପ୍ ଭ୍ୟାନ୍ ଦୁର୍ଘଟଣାଗ୍ରସ୍ତ, ୪୦ ଆହତ

ଧର୍ମଗଡ଼ ,୦୫/୦୮/୨୦୨୨(ଓଡ଼ିଶା ସମାଚାର /ରାକେଶ ବେମାଲ ) – କଳାହାଣ୍ଡି ଜିଲ୍ଲା ଧର୍ମଗଡ଼ ବିଜୁ ଏକ୍ସପ୍ରେସ ୱେ ନିକଟ ରେ …

Leave a Reply

Your email address will not be published.