ଭୁବନେଶ୍ୱର ୨୮/୦୩/୨୦୨୨ (ଓଡ଼ିଶା ସମାଚାର)- ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ ୪୩ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୫ ଜଣ କ୍ୱାରେଣ୍ଟାଇନ୍ ରୁ ରହିଥିବା ବେଳେ ୧୮ ଜଣ ସ୍ଥାନୀୟ ସଂକ୍ରମିତ । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୫ ଜଣ ଶିଶୁ ରହିଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ବାଲେଶ୍ୱର ଜିଲ୍ଲାରୁ ଜଣେ, ବରଗଡ଼ ଜିଲ୍ଲାରୁ ଜଣେ, ବଲାଙ୍ଗୀର ଜିଲ୍ଲାରୁ ୨ଜଣ, କଟକ ଜିଲ୍ଲାରୁ ୪ଜଣ, ଗଜପତି ଜିଲ୍ଲାରୁ ୫ଜଣ, ଗଞ୍ଜାମ ଜିଲ୍ଲାରୁ ଜଣେ, ଯାଜପୁର ଜିଲ୍ଲାରୁ ୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୦ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୪ଜଣ, ସମ୍ବଲପୁର ଜିଲ୍ଲାରୁ ୯ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ, ଷ୍ଟେଟ ପୁଲ୍ ରୁ ୨ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୭୫୧୨ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟର ରେ ସୂଚନା ଦିଆଯାଇଛି ।
ଅନ୍ୟ ପକ୍ଷରେ ଗତ ୨୪ ଘଂଟା ମଧ୍ୟରେ ଜଣେ କରୋନା ସଂକ୍ରମିତଙ୍କର ମୃତ୍ୟୁ ହୋଇଛି । ମୃତକ ଜଣକ ପୁରୀ ଜିଲାର ସୂଚନା । ଏହାକୁ ମିଶାଇ କରୋନା ଜନିତ ମୃତ୍ୟୁ ସଂଖ୍ୟା ୯୧୧୯ ରେ ପହଂଚିଛି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୭୫୧୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୨୭୭୯୨୧ ଜଣ ସୁସ୍ଥ ହୋଇଛନ୍ତି । କରୋନା ଜନିତ ମୃତ୍ୟୁ ସଂଖ୍ୟା ୯୧୧୯ ରେ ପହଂଚି ଥିବାବେଳେ ୫୩ ଜଣ କରୋନା ସଂକ୍ରମିତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି । ଆଉ ୪୧୯ ଜଣ ସକ୍ରୀୟ ସଂକ୍ରମିତ ଚିକିତ୍ସାଧିନ ଅଛନ୍ତି । ଗତକାଲି ସୁଦ୍ଧା ରାଜ୍ୟରେ ୩୦୫୩୮୧୯୪ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର
