ଭୁବନେଶ୍ୱର ୨୯/୦୩/୨୦୨୨( ଓଡ଼ିଶା ସମାଚାର )- ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ ୩୭ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୨ ଜଣ କ୍ୱାରେଣ୍ଟାଇନ୍ ରୁ ରହିଥିବା ବେଳେ ୧୫ ଜଣ ସ୍ଥାନୀୟ ସଂକ୍ରମିତ । ସେହିପରି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୯ ଜଣ ଶିଶୁ ରହିଛନ୍ତି ।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ବାଲେଶ୍ୱର ଜିଲ୍ଲାରୁ ୩ଜଣ, ବଲାଙ୍ଗୀର ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ଜଣେ, ଢେଙ୍କାନାଳ ଜିଲ୍ଲାରୁ ଜଣେ, ଗଜପତି ଜିଲ୍ଲାରୁ ୬ଜଣ, ଗଞ୍ଜାମ ଜିଲ୍ଲାରୁ ଜଣେ, ଯାଜପୁର ଜିଲ୍ଲାରୁ ୨ଜଣ, କଳାହାଣ୍ଡି ଜିଲ୍ଲାରୁ ଜଣେ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩ଜଣ, କୋରାପୁଟ ଜିଲ୍ଲାରୁ ୪ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨ଜଣ, ପୁରୀ ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୭ଜଣ, ଷ୍ଟେଟ ପୁଲ୍ ରୁ ଜଣେ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧୨୮୭୫୪୯ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟର ରେ ସୂଚନା ଦିଆଯାଇଛି ।
ଅନ୍ୟ ପକ୍ଷରେ ଗତ ୨୪ ଘଂଟା ମଧ୍ୟରେ ଜଣେ କରୋନା ସଂକ୍ରମିତଙ୍କର ମୃତ୍ୟୁ ହୋଇଛି । ମୃତକ ଜଣକ ଜଗତସିଂହପୁର ଜିଲାର ବୋଲି ଜଣାପଡ଼ିଛି । ଏହାକୁ ମିଶାଇ କରୋନା ଜନିତ ମୃତ୍ୟୁ ସଂଖ୍ୟା ୯୧୨୦ ରେ ପହଂଚିଛି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୭୫୪୯ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୨୭୭୯୭୦ ଜଣ ସୁସ୍ଥ ହୋଇଛନ୍ତି । କରୋନା ଜନିତ ମୃତ୍ୟୁ ସଂଖ୍ୟା ୯୧୨୦ ଓ ୫୩ ଜଣ କରୋନା ସଂକ୍ରମିତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି । ଆଉ ୪୦୬ ଜଣ ସକ୍ରୀୟ ସଂକ୍ରମିତ ଚିକିତ୍ସାଧିନ ଅଛନ୍ତି । ଗତକାଲି ସୁଦ୍ଧା ରାଜ୍ୟରେ ୩୦୫୭୭୫୬୨ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର
