Tuesday , August 9 2022
Breaking News
Home / ଶିକ୍ଷା / ଅପ୍ରେଲ ୨ ରୁ ସକାଳୁଆ ସ୍କୁଲ

ଅପ୍ରେଲ ୨ ରୁ ସକାଳୁଆ ସ୍କୁଲ

ଭୁବନେଶ୍ୱର, ୩୦/୦୩/୨୦୨୨( ଓଡ଼ିଶା ସମାଚାର )- ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ବୃଦ୍ଧି ପାଇବାରେ ଲାଗିଛି । ଏହାକୁ ଦୃଷ୍ଟିରେ ରଖି ସ୍କୁଲଗୁଡ଼ିକୁ ସକାଳୁଆ କରିବା ପାଇଁ ସରକାର ନିଷ୍ପତ୍ତି ନେଇଛନ୍ତି । ଆସନ୍ତା ଅପ୍ରେଲ ୨ ତାରିଖରୁ ସକାଳୁଆ ସ୍କୁଲ ହେବ । ଏନେଇ ଗଣଶିକ୍ଷା ମନ୍ତ୍ରୀ ସମୀର ଦାସ ସୂଚନା ଦେଇଛନ୍ତି । ସକାଳ ୬.୩୦ରୁ ୧୦ଟା ପର୍ୟ୍ୟନ୍ତ ପ୍ରଥମରୁ ଅଷ୍ଟମ ଶ୍ରେଣୀ ଛାତ୍ରଛାତ୍ରୀ ସ୍କୁଲ ଯିବା ନେଇ ଗଣଶିକ୍ଷା ବିଭାଗ ନିଷ୍ପତ୍ତି ନେଇଛି । ସେହିପରି ସକାଳ ୭ଟାରୁ ୧୧ଟା ପର୍ୟ୍ୟନ୍ତ ନବମ ଏବଂ ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପାଠପଢ଼ା ହେବା ନେଇ ସୂଚନା ମିଳିଛି । ଓଡ଼ିଶା ସମାଚାର

About admin

Check Also

ଯୁକ୍ତ ୨ କଳା ଓ ଧନ୍ଦାମୂଳକ ପରୀକ୍ଷା ଫଳ ପ୍ରକାଶ ପାଇଲା

ଭୁବନେଶ୍ୱର,୦୮/୦୮/୨୦୨୨(ଓଡ଼ିଶା ସମାଚାର)- ପୂର୍ବ ସୂଚନା ଅନୁଯାୟୀ ଆଜି ଯୁକ୍ତ ୨ କଳା ଓ ଧନ୍ଦାମୂଳକ ପରୀକ୍ଷା ଫଳ ପ୍ରକାଶ ପାଇଛି …

Leave a Reply

Your email address will not be published.