ଭୁବନେଶ୍ୱର ୩୧/୦୩/୨୦୨୨( ଓଡ଼ିଶା ସମାଚାର )-ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩୨ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୦ ଜଣ କ୍ୱାରେଣ୍ଟାଇନ୍ ରୁ ରହିଥିବା ବେଳେ ୧୨ ଜଣ ସ୍ଥାନୀୟ ସଂକ୍ରମିତ । ସେହିପରି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୧୦ ଜଣ ଶିଶୁ ରହିଛନ୍ତି ।ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ବାଲେଶ୍ୱର ଜିଲ୍ଲାରୁ ୨ଜଣ, ବରଗଡ଼ ଜିଲ୍ଲାରୁ ଜଣେ, ବଲାଙ୍ଗୀର ଜିଲ୍ଲାରୁ ୩ଜଣ, କଟକ ଜିଲ୍ଲାରୁ ୨ଜଣ, ଗଜପତି ଜିଲ୍ଲାରୁ ୫ଜଣ, ଯାଜପୁର ଜିଲ୍ଲାରୁ ଜଣେ, ଝାରସୁଗୁଡ଼ା ଜିଲ୍ଲାରୁ ଜଣେ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୫ଜଣ, ମୟୁରଭଞ୍ଜ ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୩ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୪ଜଣ, ଷ୍ଟେଟ୍ ପୁଲ୍ ରୁ ଜଣେ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧୨୮୭୬୪୦ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟର ରେ ସୂଚନା ଦିଆଯାଇଛି ।
ଅନ୍ୟ ପକ୍ଷରେ ଗତ ୨୪ ଘଂଟା ମଧ୍ୟରେ ଜଣେ କରୋନା ସଂକ୍ରମିତଙ୍କର ମୃତ୍ୟୁ ହୋଇଛି । ମୃତକ ଜଣକ ଗଂଜାମ ଜିଲାର ହୋଇଥିବା ସୂଚନା । ଏହାକୁ ମିଶାଇ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୯୧୨୧ ରେ ପହଂଚିଛି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୭୬୪୦ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୨୭୮୦୮୧ ଜଣ ସୁସ୍ଥ ହୋଇଛନ୍ତି । କରୋନା ଜନିତ ମୃତ୍ୟୁ ସଂଖ୍ୟା ୯୧୨୧ ରେ ପହଂଚିଛିଥିବାବେଳେ ୫୩ ଜଣ କରୋନା ସଂକ୍ରମିତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି । ଆଉ ୩୮୫ ଜଣ ସକ୍ରୀୟ ସଂକ୍ରମିତ ଚିକିତ୍ସାଧିନ ଅଛନ୍ତି । ଗତକାଲି ସୁଦ୍ଧା ରାଜ୍ୟରେ ୩୦୬୬୪୭୧୩ ଜଣଙ୍କ ସାମ୍ପୁଲ ଟେଷ୍ଟ୍ ହୋଇଛି ।ଓଡ଼ିଶା ସମାଚାର
