Friday , July 1 2022
Breaking News
Home / ସ୍ୱାସ୍ଥ୍ୟ / ୫ ଶିଶୁ ଙ୍କ ସମେତ ୨୧ ସଂକ୍ରମିତ ଚିହ୍ନଟ

୫ ଶିଶୁ ଙ୍କ ସମେତ ୨୧ ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର, ୦୧/୦୪/୨୦୨୨( ଓଡ଼ିଶା ସମାଚାର )- ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୧ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୩ ଜଣ କ୍ୱାରେଣ୍ଟାଇନ୍ ରୁ ରହିଥିବା ବେଳେ ୮ ଜଣ ସ୍ଥାନୀୟ ସଂକ୍ରମିତ । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୫ ଜଣ ଶିଶୁ ରହିଛନ୍ତି । ଗତ ୨୪ ଘଣ୍ଟା ମଧ୍ୟରେ ବାଲେଶ୍ୱର ଜିଲ୍ଲାରୁ ୧ ଜଣ, ଗଜପତିରୁ ୨ ଜଣ, ଗଞ୍ଜାମ ଜିଲ୍ଲାରୁ ୧ ଜଣ, ଯାଜପୁରରୁ ୧ ଜଣ, ଝାରସୁଗୁଡ଼ାରୁ ୩ ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୪ ଜଣ, ମୟୂରଭଞ୍ଜ ଜିଲ୍ଲାରୁ ୧ ଜଣ, ସମ୍ବଲପୁରରୁ ୩ ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୩ ଜଣ ଓ ଷ୍ଟେଟପୁଲରୁ ୧ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧୨୮୭୬୬୧ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟର ରେ ସୂଚନା ଦିଆଯାଇଛି ।
ଅନ୍ୟ ପକ୍ଷରେ ଗତ ୨୪ ଘଂଟା ମଧ୍ୟରେ କରୋନା ସଂକ୍ରମିତଙ୍କ ମୃତ୍ୟୁ ସମ୍ପର୍କରେ କୌଣସି ସୂଚନା ବର୍ତମାନ ସୁଦ୍ଧା ଦିଆଯାଇନାହିଁ । ବର୍ତମାନ ସୁଦ୍ଧା କରୋନା ଜନିତ ମୃତ୍ୟୁ ସଂଖ୍ୟା ୯,୧୨୧ ରେ ପହଂଚିଥିବାବେଳେ ୫୩ ଜଣ କରୋନା ସଂକ୍ରମିତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୭୬୬୧ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୨୭୮୧୨୧ ଜଣ ସୁସ୍ଥ ହୋଇଛନ୍ତି । କରୋନା ଜନିତ ମୃତ୍ୟୁ ସଂଖ୍ୟା ୯,୧୨୧ ରେ ପହଂଚିଥିବାବେଳେ ୫୩ ଜଣ କରୋନା ସଂକ୍ରମିତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି । ଆଉ ୩୬୬ ଜଣ ସକ୍ରୀୟ ସଂକ୍ରମିତ ଚିକିତ୍ସାଧିନ ଅଛନ୍ତି । ଗତକାଲି ସୁଦ୍ଧା ରାଜ୍ୟରେ ୩୦୬୯୯୮୪୩ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର

About admin

Check Also

କଟକ ଵଡ ଡାକ୍ତରଖାନାର ଵର୍ଣ୍ଣ ୟୁନିଟ୍ ରେ ନାହିଁ ଆଇସିୟୁ , ବିଭିନ୍ନ ବିଭାଗର ବିଶେଷଜ୍ଞ ପ୍ରଫେସର ପଦବୀ ଖାଲି,ଵଦଳିଲା ରିମାଟୋଲୋଜି ଵିଭାଗର ନାଁ

କଟକ ସଦର, ୨୯/୬/୨୦୨୨(ଓଡ଼ିଶା ସମାଚାର /ଵିଷ୍ଣୁ ବେହେରା): ରାଜ୍ୟ ସରକାରଙ୍କ ପକ୍ଷରୁ କଟକ ଏସସିଵି ଵଡ ଡାକ୍ତରଖାନାକୁ ବିଶ୍ୱସ୍ତରୀୟ କରିଵାକୁ …

Leave a Reply

Your email address will not be published. Required fields are marked *