Thursday , June 30 2022
Breaking News
Home / ସ୍ୱାସ୍ଥ୍ୟ / ୬ ଜଣ ଶିଶୁ ଙ୍କ ସମେତ ୩୬ ଜଣ କରୋନା ସଂକ୍ରମିତ ଚିହ୍ନଟ

୬ ଜଣ ଶିଶୁ ଙ୍କ ସମେତ ୩୬ ଜଣ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର ୦୩/୦୪/୨୦୨୨( ଓଡ଼ିଶା ସମାଚାର )- ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ ୩୬ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୧ ଜଣ କ୍ୱାରେଣ୍ଟାଇନ୍ ରୁ ରହିଥିବା ବେଳେ ୧୫ ଜଣ ସ୍ଥାନୀୟ ସଂକ୍ରମିତ । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୬ ଜଣ ଶିଶୁ ରହିଛନ୍ତି ।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ବାଲେଶ୍ୱର ଜିଲ୍ଲାରୁ ୨ଜଣ, ବଲାଙ୍ଗୀର ଜଣେ, ଦେଓଗଡ଼ ଜିଲ୍ଲାରୁ ଜଣେ, ଗଜପତି ଜିଲ୍ଲାରୁ ୨ଜଣ, ଜଗତସିଂହପୁର ଜିଲ୍ଲାରୁ ଜଣେ, ଯାଜପୁର ଜିଲ୍ଲାରୁ ୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୫ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୫ଜଣ, ସମ୍ବଲପୁର ଜିଲ୍ଲାରୁ ୪ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୯ଜଣ, ଷ୍ଟେଟ ପୁଲ୍ ରୁ ଜଣେ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ସଂକ୍ରମିତ ଙ୍କ ସଂଖ୍ୟା ୧୨୮୭୭୩୭ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟର ରେ ସୂଚନା ଦିଆଯାଇଛି ।
ଅନ୍ୟ ପକ୍ଷରେ ଗତ ୨୪ ଘଂଟାରେ କରୋନା ଜନିତ ମୃତ୍ୟୁ ସମ୍ପର୍କରେ କୌଣସି ସୂଚନା ମିଳିନାହିଁ । କରୋନା ଜନିତ ମୃତ୍ୟୁ ସଂଖ୍ୟା ୯୧୨୧ ରେ ପହଂଚିଥିବାବେଳେ ୫୩ ଜଣ କରୋନା ସଂକ୍ରମିତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୭୭୩୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୨୭୮୨୩୩ ଜଣ ସୁସ୍ଥ ହୋଇଛନ୍ତି । କରୋନା ଜନିତ ମୃତ୍ୟୁ ସଂଖ୍ୟା ୯୧୨୧ ରେ ପହଂଚିଥିବାବେଳେ ୫୩ ଜଣ କରୋନା ସଂକ୍ରମିତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି । ଆଉ ୩୩୦ ଜଣ ସକ୍ରୀୟ ସଂକ୍ରମିତ ଚିକିତ୍ସାଧିନ ଅଛନ୍ତି । ଗତକାଲି ସୁଦ୍ଧା ରାଜ୍ୟରେ ୩୦୭୬୪୫୮୧ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର

About admin

Check Also

ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ସଂଖ୍ୟା ୩ ଅଙ୍କ ଛୁଇଁଲା , ୧୫ଜଣ ଶିଶୁ ଙ୍କ ସମେତ ୧୧୩ ଜଣ କରୋନା ସଂକ୍ରମିତ ଚିହ୍ନଟ, ମୃତ୍ୟୁ ସଂଖ୍ୟା ସ୍ଥିର

ଭୁବନେଶ୍ୱର ୨୮/୬/୨୦୨୨(ଓଡ଼ିଶା ସମାଚାର)- ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ସଂଖ୍ୟା ୩ ଅଙ୍କ ଛୁଇଁଲା। ଗତ ୨୪ ଘଣ୍ଟା ମଧ୍ୟରେ …

Leave a Reply

Your email address will not be published. Required fields are marked *