Friday , July 1 2022
Breaking News
Home / ସ୍ୱାସ୍ଥ୍ୟ / ୨ ଶିଶୁ ଙ୍କ ସମେତ ୫ କରୋନା ସଂକ୍ରମିତ ଚିହ୍ନଟ

୨ ଶିଶୁ ଙ୍କ ସମେତ ୫ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର ୦୪/୦୪/୨୦୨୨( ଓଡ଼ିଶା ସମାଚାର )- ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ ୫ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪ ଜଣ କ୍ୱାରେଣ୍ଟାଇନ୍ ରୁ ରହିଥିବା ବେଳେ ଜଣେ ସ୍ଥାନୀୟ ସଂକ୍ରମିତ । ସେହିପରି ଚିହ୍ନଟ ହୋଇଥିବା ସଂକ୍ରମିତ ଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୨ ଜଣ ଶିଶୁ ରହିଛନ୍ତି ।ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ବାଲେଶ୍ୱର ଜିଲ୍ଲାରୁ ଜଣେ, ବଲାଙ୍ଗୀର ଜିଲ୍ଲାରୁ ଜଣେ, ଯାଜପୁର ଜିଲ୍ଲାରୁ ୨ଜଣ, ସମ୍ବଲପୁର ଜିଲ୍ଲାରୁ ଜଣେ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ସଂକ୍ରମିତ ଙ୍କ ସଂଖ୍ୟା ୧୨୮୭୭୪୨ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟର ରେ ସୂଚନା ଦିଆଯାଇଛି ।

ଅନ୍ୟ ପକ୍ଷରେ ଗତ ୨୪ ଘଂଟା ମଧ୍ୟରେ କରୋନା ଜନିତ ମୃତ୍ୟୁ ସମ୍ପର୍କରେ ଏପର୍ଯ୍ୟନ୍ତ କୌଣସି ସୂଚନା ମିଳିନାହିଁ ।  କରୋନା ଜନିତ ମୃତ୍ୟୁ ସଂଖ୍ୟା ୯୧୨୧ ରେ ପହଂଚିଥିବାବେଳେ ୫୩ ଜଣ କରୋନା ସଂକ୍ରମିତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି ।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୭୭୪୨ ଜଣ କରୋନା ସଂକ୍ରମିତ  ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୨୭୮୨୩୩ ଜଣ ସୁସ୍ଥ ହୋଇଛନ୍ତି । କରୋନା ଜନିତ ମୃତ୍ୟୁ ସଂଖ୍ୟା ୯୧୨୧ ରେ ପହଂଚିଥିବାବେଳେ ୫୩ ଜଣ କରୋନା ସଂକ୍ରମିତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି । ଆଉ ୨୯୮ ଜଣ ସକ୍ରୀୟ ସଂକ୍ରମିତ ଚିକିତ୍ସାଧିନ ଅଛନ୍ତି ।  ଗତକାଲି  ସୁଦ୍ଧା ରାଜ୍ୟରେ ୩୦୭୬୪୫୮୧ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର

About admin

Check Also

କଟକ ଵଡ ଡାକ୍ତରଖାନାର ଵର୍ଣ୍ଣ ୟୁନିଟ୍ ରେ ନାହିଁ ଆଇସିୟୁ , ବିଭିନ୍ନ ବିଭାଗର ବିଶେଷଜ୍ଞ ପ୍ରଫେସର ପଦବୀ ଖାଲି,ଵଦଳିଲା ରିମାଟୋଲୋଜି ଵିଭାଗର ନାଁ

କଟକ ସଦର, ୨୯/୬/୨୦୨୨(ଓଡ଼ିଶା ସମାଚାର /ଵିଷ୍ଣୁ ବେହେରା): ରାଜ୍ୟ ସରକାରଙ୍କ ପକ୍ଷରୁ କଟକ ଏସସିଵି ଵଡ ଡାକ୍ତରଖାନାକୁ ବିଶ୍ୱସ୍ତରୀୟ କରିଵାକୁ …

Leave a Reply

Your email address will not be published. Required fields are marked *