ଭୁବନେଶ୍ୱର ୦୫/୦୪/୨୦୨୨( ଓଡ଼ିଶା ସମାଚାର )- ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ ୧୫ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୯ ଜଣ କ୍ୱାରେଣ୍ଟାଇନ୍ ରୁ ରହିଥିବା ବେଳେ ୬ ଜଣ ସ୍ଥାନୀୟ ସଂକ୍ରମିତ । ସେହିପରି ଚିହ୍ନଟ ହୋଇଥିବା ସଂକ୍ରମିତ ଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୨ ଜଣ ଶିଶୁ ରହିଛନ୍ତି ।ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ଖୋର୍ଦ୍ଧାରୁ ୯ ଜଣ, କେନ୍ଦ୍ରାପଡ଼ା, ମୟୂରଭଞ୍ଜ, ନୂଆପଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଁଏ ଏବଂ ଷ୍ଟେଟ୍ ପୁଲ୍ ରୁ ୨ ଜଣ ସଂକ୍ରମିତ ରହିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ସଂକ୍ରମିତ ଙ୍କ ସଂଖ୍ୟା ୧୨୮୭୭୫୭ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟର ରେ ସୂଚନା ଦିଆଯାଇଛି ।
ଅନ୍ୟ ପକ୍ଷରେ ଗତ ୨୪ ଘଂଟା ମଧ୍ୟରେ କରୋନା ସଂକ୍ରମିତଙ୍କ ମୃତ୍ୟୁ ନେଇ ବର୍ତମାନ ସୁଦ୍ଧା କୌଣସି ସୂଚନା ଦିଆଯାଇନାହିଁ । କରୋନା ଜନିତ ମୃତ୍ୟୁ ସଂଖ୍ୟା ୯୧୨୧ ରେ ପହଂଚିଥିବାବେଳେ ୫୩ ଜଣ କରୋନା ସଂକ୍ରମିତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୭୭୫୭ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୨୭୮୩୨୨ ଜଣ ସୁସ୍ଥ ହୋଇଛନ୍ତି । ଜନିତ ମୃତ୍ୟୁ ସଂଖ୍ୟା ୯୧୨୧ ରେ ପହଂଚିଥିବାବେଳେ ୫୩ ଜଣ କରୋନା ସଂକ୍ରମିତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି । ଆଉ ୨୬୧ ଜଣ ସକ୍ରୀୟ ସଂକ୍ରମିତ ଚିକିତ୍ସାଧିନ ଅଛନ୍ତି । ଗତକାଲି ସୁଦ୍ଧା ରାଜ୍ୟରେ ୩୦୮୦୨୦୮୦ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର