Friday , July 1 2022
Breaking News
Home / ସ୍ୱାସ୍ଥ୍ୟ / ୪ ଶିଶୁ ଙ୍କ ସମେତ ୧୬ କରୋନା ସଂକ୍ରମିତ ଚିହ୍ନଟ

୪ ଶିଶୁ ଙ୍କ ସମେତ ୧୬ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର, ୦୬/୦୪/୨୦୨୨( ଓଡ଼ିଶା ସମାଚାର )- ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ ୧୬ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୦ ଜଣ କ୍ୱାରେଣ୍ଟାଇନ୍ ରୁ ରହିଥିବା ବେଳେ ୬ ଜଣ ସ୍ଥାନୀୟ ସଂକ୍ରମିତ । ସେହିପରି ଚିହ୍ନଟ ହୋଇଥିବା ସଂକ୍ରମିତ ଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୪ ଜଣ ଶିଶୁ ରହିଛନ୍ତି ।

ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରେ ଖୋର୍ଦ୍ଧାରୁ ସର୍ବାଧିକ ୬ ଜଣ ଥିବା ବେଳେ ସମ୍ବଲପୁରରୁ ୩ ଜଣ, ବଲାଙ୍ଗୀର ଓ ଯାଜପୁରରୁ ୨ ଜଣ ଲେଖାଏଁ, କେନ୍ଦ୍ରାପଡା, ରାୟଗଡା ଓ ସୁନ୍ଦରଗଡରୁ ଜଣେ ଲେଖାଏଁ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୭୭୭୩ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟର ରେ  ସୂଚନା ଦିଆଯାଇଛି ।

ଅନ୍ୟ ପକ୍ଷରେ ଗତ ୨୪ ଘଂଟା ମଧ୍ୟରେ କରୋନା ଜନିତ ମୃତ୍ୟୁର କୌଣସି ସୂଚନା ଦିଆଯାଇନାହିଁ । କରୋନା ଜନିତ ମୃତ୍ୟୁ ସଂଖ୍ୟା ୯,୧୨୧ ରେ ପହଂଚିଥିବାବେଳେ ୫୩ଜଣ କରୋନା ସଂକ୍ରମିତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି । ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୭୭୭୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୨୭୮୩୬୭ ଜଣ ସୁସ୍ଥ ହୋଇଛନ୍ତି । ଆଉ ୨୩୨ ଜଣ ସକ୍ରୀୟ ସଂକ୍ରମିତ ଚିକିତ୍ସାଧିନ ଅଛନ୍ତି ।  ଗତକାଲି ସୁଦ୍ଧା ରାଜ୍ୟରେ ୩୦୮୨୦୪୮୭ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର

About admin

Check Also

କଟକ ଵଡ ଡାକ୍ତରଖାନାର ଵର୍ଣ୍ଣ ୟୁନିଟ୍ ରେ ନାହିଁ ଆଇସିୟୁ , ବିଭିନ୍ନ ବିଭାଗର ବିଶେଷଜ୍ଞ ପ୍ରଫେସର ପଦବୀ ଖାଲି,ଵଦଳିଲା ରିମାଟୋଲୋଜି ଵିଭାଗର ନାଁ

କଟକ ସଦର, ୨୯/୬/୨୦୨୨(ଓଡ଼ିଶା ସମାଚାର /ଵିଷ୍ଣୁ ବେହେରା): ରାଜ୍ୟ ସରକାରଙ୍କ ପକ୍ଷରୁ କଟକ ଏସସିଵି ଵଡ ଡାକ୍ତରଖାନାକୁ ବିଶ୍ୱସ୍ତରୀୟ କରିଵାକୁ …

Leave a Reply

Your email address will not be published. Required fields are marked *