ଭୁବନେଶ୍ୱର , ୦୮/୦୪/୨୦୨୨( ଓଡ଼ିଶା ସମାଚାର )- ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୨ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୪ ଜଣ କ୍ୱାରେଣ୍ଟାଇନ୍ ରୁ ରହିଥିବା ବେଳେ ୮ ଜଣ ସ୍ଥାନୀୟ ସଂକ୍ରମିତ । ସେହିପରି ଚିହ୍ନଟ ହୋଇଥିବା ସଂକ୍ରମିତ ଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୪ ଜଣ ଶିଶୁ ରହିଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ବାଲେଶ୍ୱର ଜିଲ୍ଲାରୁ ଜଣେ, ଭଦ୍ରକ ଜିଲ୍ଲାରୁ ଜଣେ, ବଲାଙ୍ଗୀର ଜିଲ୍ଲାରୁ ୨ଜଣ, କଟକ ଜିଲ୍ଲାରୁ ୪ଜଣ, ଗଜପତି ଜିଲ୍ଲାରୁ ଜଣେ, ଯାଜପୁର ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୪ଜଣ, ନୂଆପଡ଼ା ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୪ଜଣ, ସୋନପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ, ଷ୍ଟେଟ ପୁଲ୍ ରୁ ଜଣେ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୭୮୨୩ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ଅନ୍ୟ ପକ୍ଷରେ ଗତ ୨୪ ଘଂଟା ମଧ୍ୟରେ କରୋନା ଜନିତ ମୃତ୍ୟୁ ସମ୍ପର୍କରେ ବର୍ତମାନ ସୁଦ୍ଧା କୌଣସି ସୂଚନା ଦିଆଯାଇନାହିଁ । କରୋନା ଜନିତ ମୃତ୍ୟୁ ସଂଖ୍ୟା ୯୧୨୧ ରେ ସ୍ଥିର ରହିଛି । ୫୩ଜଣ କରୋନା ସଂକ୍ରମିତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୭୮୨୩ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୨୭୮୪୪୧ ଜଣ ସୁସ୍ଥ ହୋଇଛନ୍ତି । କରୋନା ଜନିତ ମୃତ୍ୟୁ ସଂଖ୍ୟା ୯୧୨୧ ରେ ସ୍ଥିର ରହିଛି । ୫୩ଜଣ କରୋନା ସଂକ୍ରମିତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି । ଆଉ ୨୦୮ ଜଣ ସକ୍ରୀୟ ସଂକ୍ରମିତ ଚିକିତ୍ସାଧିନ ଅଛନ୍ତି । ଗତକାଲି ସୁଦ୍ଧା ରାଜ୍ୟରେ ୩୦୮୬୫୦୧୮ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର