Thursday , June 30 2022
Breaking News
Home / ସ୍ୱାସ୍ଥ୍ୟ / ଜଣେ ଶିଶୁ ସମେତ ୮ ଜଣ କରୋନା ସଂକ୍ରମିତ ଚିହ୍ନଟ

ଜଣେ ଶିଶୁ ସମେତ ୮ ଜଣ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର , ୧୦/୦୪/୨୦୨୨( ଓଡ଼ିଶା ସମାଚାର )- ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୮ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୫ ଜଣ କ୍ୱାରେଣ୍ଟାଇନ୍ ରୁ ରହିଥିବା ବେଳେ ୩ ଜଣ ସ୍ଥାନୀୟ ସଂକ୍ରମିତ । ସେହିପରି ଚିହ୍ନଟ ହୋଇଥିବା ସଂକ୍ରମିତ ଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ଜଣେ ଶିଶୁ ରହିଛନ୍ତି ।
ଗତ ୨୪ ଘଣ୍ଟା ମଧ୍ୟରେ ବଲାଙ୍ଗୀର ଜିଲ୍ଲାରୁ ୧ ଜଣ, କଟକ ଜିଲ୍ଲାରୁ ୧ ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨ ଜଣ, ସମ୍ବଲପୁର ଜିଲ୍ଲାରୁ ୨ ଜଣ ଓ ଷ୍ଟେଟପୁଲ ରୁ ୧ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ସଂକ୍ରମିତ ଙ୍କ ସଂଖ୍ୟା ୧୨୮୭୮୪୨ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ଅନ୍ୟ ପକ୍ଷରେ ଗତ ୨୪ ଘଂଟା ମଧ୍ୟରେ କରୋନା ଜନିତ ମୃତ୍ୟୁ ସମ୍ପର୍କରେ କୌଣସି ସୂଚନା ବର୍ତମାନ ସୁଦ୍ଧା ଦିଆଯାଇନାହିଁ । କରୋନା ଜନିତ ମୃତ୍ୟୁ ସଂଖ୍ୟା ୯,୧୨୧ ରେ ସ୍ଥିର ରହିଥିବାବେଳେ ୫୩ଜଣ କରୋନା ସଂକ୍ରମିତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି ।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୭୮୪୨ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୨୭୮୫୧୬ ଜଣ ସୁସ୍ଥ ହୋଇଛନ୍ତି । କରୋନା ଜନିତ ମୃତ୍ୟୁ ସଂଖ୍ୟା ୯,୧୨୧ ରେ ସ୍ଥିର ରହିଥିବାବେଳେ ୫୩ଜଣ କରୋନା ସଂକ୍ରମିତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି । ଆଉ ୧୫୨ ଜଣ କରୋନା ସଂକ୍ରମିତ ଚିକିତ୍ସାଧିନ ଅଛନ୍ତି । ଗତକାଲି ସୁଦ୍ଧା ରାଜ୍ୟରେ ୩୦୯୦୮୯୩୧ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର

About admin

Check Also

ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ସଂଖ୍ୟା ୩ ଅଙ୍କ ଛୁଇଁଲା , ୧୫ଜଣ ଶିଶୁ ଙ୍କ ସମେତ ୧୧୩ ଜଣ କରୋନା ସଂକ୍ରମିତ ଚିହ୍ନଟ, ମୃତ୍ୟୁ ସଂଖ୍ୟା ସ୍ଥିର

ଭୁବନେଶ୍ୱର ୨୮/୬/୨୦୨୨(ଓଡ଼ିଶା ସମାଚାର)- ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ସଂଖ୍ୟା ୩ ଅଙ୍କ ଛୁଇଁଲା। ଗତ ୨୪ ଘଣ୍ଟା ମଧ୍ୟରେ …

Leave a Reply

Your email address will not be published. Required fields are marked *