Tuesday , September 27 2022
Breaking News
Home / ସ୍ୱାସ୍ଥ୍ୟ / ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ମାତ୍ର ଜଣେ କରୋନା ସଂକ୍ରମିତ ଚିହ୍ନଟ

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ମାତ୍ର ଜଣେ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର , ୨୩/୦୪/୨୦୨୨( ଓଡ଼ିଶା ସମାଚାର )- ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଜଣେ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସଂକ୍ରମିତ ଜଣକ ସମ୍ବଲପୁର ଜିଲାର କ୍ୱାରେଣ୍ଟାଇନ୍ ରୁ ଚିହ୍ନଟ ହୋଇଛନ୍ତି ।
ଏହାକୁ ମିଶାଇ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧୨୮୭୯୮୦ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଅନ୍ୟ ପକ୍ଷରେ ଗତ ୨୪ ଘଂଟା ମଧ୍ୟରେ କରୋନା ଜନିତ ମୃତ୍ୟୁ ସମ୍ପର୍କରେ ସୂଚନା ଦିଆଯାଇନାହିଁ । ତେବେ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୯,୧୨୪ ରେ ପହଂଚିଛି ଓ ୫୩ ଜଣ କରୋନା ସଂକ୍ରମିତ ଙ୍କର ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୭୯୮୦ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୨୭୮୭୧୮ ଜଣ ସୁସ୍ଥ ହୋଇଛନ୍ତି । ଆଉ ୮୫ ଜଣ ସକ୍ରୀୟ ସଂକ୍ରମିତ ଚିକିତ୍ସାଧିନ ଅଛନ୍ତି । ଗତକାଲି ସୁଦ୍ଧା ରାଜ୍ୟରେ ୩୧୧୬୧୪୨୯ ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର

Leave a Reply

Your email address will not be published.