Wednesday , May 18 2022
Breaking News
Home / ସ୍ୱାସ୍ଥ୍ୟ / ଜଣେ ଶିଶୁ ସମେତ ୧୨ ଜଣ କରୋନା ସଂକ୍ରମିତ ଚିହ୍ନଟ

ଜଣେ ଶିଶୁ ସମେତ ୧୨ ଜଣ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର,୧୦/୦୫/୨୦୨୨( ଓଡ଼ିଶା ସମାଚାର )- ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ ୧୨ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୭ଜଣ କ୍ୱାରେଣ୍ଟାଇନ୍ ରୁ ରହିଥିବା ବେଳେ ୫ଜଣ ସ୍ଥାନୀୟ ସଂକ୍ରମିତ । ସେହିପରି ୧୮ ବର୍ଷରୁ କମ୍ ବୟସ ମଧ୍ୟରେ ଜଣେ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ବାଲେଶ୍ୱର ଜିଲ୍ଲାରୁ ୨ଜଣ, କଟକ ଜିଲ୍ଲାରୁ ଜଣେ, କନ୍ଧମାଳ ଜିଲ୍ଲାରୁ ଜଣେ, କେନ୍ଦ୍ରାପଡ଼ା ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୪ଜଣ, ନୂଆପଡ଼ା ଜିଲ୍ଲାରୁ ୨ଜଣ, ଷ୍ଟେଟ ପୁଲ୍ରୁ ଜଣେ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ସଂକ୍ରମିତ ଙ୍କ ସଂଖ୍ୟା ୧୨୮୮୨୨୨ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ କରି ସୂଚନା ଦିଆଯାଇଛି ।
ଅନ୍ୟ ପକ୍ଷରେ ଗତ ୨୪ ଘଂଟା ମଧ୍ୟରେ କରୋନା ଜନିତ ମୃତ୍ୟୁ ସମ୍ପର୍କରେ ସୂଚନା ଦିଆଯାଇନାହିଁ । ତେବେ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟ ୯,୧୨୬ ରେ ପହଂଚିଥିବାବେଳେ ୫୩ ଜଣ କରୋନା ସଂକ୍ରମିତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୮୨୨୨ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୨୭୮୮୭୭ଜଣ ସୁସ୍ଥ ହୋଇଛନ୍ତି । ଆଉ ୧୬୬ ଜଣ ସକ୍ରିୟ ସଂକ୍ରମିତ ଚିକିତ୍ସାଧିନ ଅଛନ୍ତି । ଗତକାଲି ସୁଦ୍ଧା ରାଜ୍ୟରେ ୩୧୪୫୪୨୧୫ ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର

About admin

Check Also

୪ ଶିଶୁ ଙ୍କ ସମେତ ୧୪ ଜଣ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର , ୧୫/୦୫/୨୦୨୨( ଓଡ଼ିଶା ସମାଚାର )-ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ ୧୪ ଜଣ କରୋନା ସଂକ୍ରମିତ …

Leave a Reply

Your email address will not be published. Required fields are marked *