ଭୁବନେଶ୍ୱର , ୧୦/୦୫/୨୦୨୨( ଓଡ଼ିଶା ସମାଚାର )- ବ୍ରଜରାଜନଗର ବିଧାନସଭା ଉପନିର୍ବାଚନ ପାଇଁ କଂଗ୍ରେସ ପକ୍ଷରୁ ଏହାର ପ୍ରାର୍ଥୀଙ୍କ ନାମ ଘୋଷଣା କରାଯାଇଛି। ପୂର୍ବତନ ମନ୍ତ୍ରୀ ତଥା ପୂର୍ବତନ ବାଚସ୍ପତି କିଶୋର ପଟେଲଙ୍କୁ କଂଗ୍ରେସ ପ୍ରାର୍ଥୀ ଭାବେ ଦଳ ପକ୍ଷରୁ ଘୋଷଣା କରାଯାଇଛି। ପୂର୍ବରୁ ବିଜେଡି ଓ ବିଜେପି ପକ୍ଷରୁ ପ୍ରାର୍ଥୀ ଙ୍କ ନାମ ଘୋଷଣା କରାଯାଇ ସାରିଛି । ବିଜେଡ଼ି ପୂର୍ବତନ ବିଧାୟକ କିଶୋର ମହାନ୍ତିଙ୍କ ବିଧବା ପତ୍ନୀ ଅଳକା ମହାନ୍ତି ଙ୍କ ନାମ ଘୋଷଣା କରିଥିଲା ବେଳେ ପୂର୍ବତନ ବିଧାୟିକା ରାଧାରାଣୀ ପଣ୍ଡା ଙ୍କୁ ବିଜେପି ପକ୍ଷରୁ ପ୍ରାର୍ଥୀ ହୋଇଥିବା ନେଇ ଦଳ ପକ୍ଷରୁ ଘୋଷଣା ହୋଇଛି। ସେ ୨୦୧୪ରେ ବ୍ରଜରାଜନଗରରୁ ବିଜେପି ଟିକେଟରେ ନିର୍ବାଚନ ଜିତିଥିଲେ। ଓଡ଼ିଶା ସମାଚାର