Saturday , April 1 2023
Breaking News
Home / ସ୍ୱାସ୍ଥ୍ୟ / ଜଣେ ଶିଶୁ ସମେତ ୧୭ ଜଣ କରୋନା ସଂକ୍ରମିତ ଚିହ୍ନଟ

ଜଣେ ଶିଶୁ ସମେତ ୧୭ ଜଣ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର , ୧୧/୦୫/୨୦୨୨( ଓଡ଼ିଶା ସମାଚାର )- ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୭ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୦ଜଣ କ୍ୱାରେଣ୍ଟାଇନ୍ ରୁ ରହିଥିବା ବେଳେ ୭ଜଣ ସ୍ଥାନୀୟ ସଂକ୍ରମିତ । ସେହିପରି ୧୮ ବର୍ଷରୁ କମ୍ ବୟସ ମଧ୍ୟରେ ଜଣେ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ କଟକ ଜିଲ୍ଲାରୁ ୨ଜଣ, ଗଜପତି ଜିଲ୍ଲାରୁ ୫ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୭ଜଣ, ନୟାଗଡ଼ ଜିଲ୍ଲାରୁ ଜଣ, ଷ୍ଟେଟ ପୁଲ୍ରୁ ୨ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ସଂକ୍ରମିତୁ ଙ୍କ ସଂଖ୍ୟା ୧୨୮୮୨୩୯ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ କରି ସୂଚନା ଦିଆଯାଇଛି ।
ଅନ୍ୟ ପକ୍ଷରେ ଗତ ୨୪ ଘଂଟା ମଧ୍ୟରେ କରୋନା ଜନିତ ମୃତ୍ୟୁ ସମ୍ପର୍କରେ ସୂଚନା ଦିଆଯାଇନାହିଁ । ତେବେ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୯,୧୨୬ ରେ ପହଂଚିଥିବାବେଳେ ୫୩ ଜଣ କରୋନା ସଂକ୍ରମିତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୮୨୩୯ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୨୭୮୯୨୯ଜଣ ସୁସ୍ଥ ହୋଇଛନ୍ତି । ଆଉ ୧୩୧ ଜଣ ସକ୍ରିୟ ସଂକ୍ରମିତ ଚିକିତ୍ସାଧିନ ଅଛନ୍ତି । ଗତକାଲି ସୁଦ୍ଧା ରାଜ୍ୟରେ ୩୧୪୬୯୩୧୮ ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର

Leave a Reply

Your email address will not be published.