ଭୁବନେଶ୍ୱର,୧୨/୦୫/୨୦୨୨( ଓଡ଼ିଶା ସମାଚାର )- ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ଆଉ ୧୪ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୮ ଜଣ କ୍ୱାରେଣ୍ଟାଇନ୍ ରୁ ରହିଥିବା ବେଳେ ୬ଜଣ ସ୍ଥାନୀୟ ସଂକ୍ରମିତ । ସେହିପରି ୧୮ ବର୍ଷରୁ କମ୍ ବୟସ ମଧ୍ୟରେ ୪ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ କଟକ ଜିଲ୍ଲାରୁ ଜଣେ, ଗଜପତି ଜିଲ୍ଲାରୁ ୨ଜଣ, ଯାଜପୁର ଜିଲ୍ଲାରୁ ଜଣେ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨ଜଣ, ନୂଆପଡ଼ା ଜିଲ୍ଲାରୁ ୨ଜଣ, ସମ୍ବଲପୁର ଜିଲ୍ଲାରୁ ଜଣେ, ଷ୍ଟେଟ ପୁଲ୍ ରୁ ଜଣେ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ସଂକ୍ରମିତ ଙ୍କ ସଂଖ୍ୟା ୧୨୮୮୨୫୩ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ କରି ସୂଚନା ଦିଆଯାଇଛି ।
ଅନ୍ୟ ପକ୍ଷରେ ଗତ ୨୪ ଘଂଟା ମଧ୍ୟରେ କରୋନା ଜନିତ ମୃତ୍ୟୁ ସମ୍ପର୍କରେ ସୂଚନା ଦିଆଯାଇ ନାହିଁ । ତେବେ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୯,୧୨୬ ରେ ପହଂଚି ଥିବାବେଳେ ୫୩ ଜଣ କରୋନା ସଂକ୍ରମିତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୮୨୫୩ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୨୭୮୯୩୯ଜଣ ସୁସ୍ଥ ହୋଇଛନ୍ତି । ଆଉ ୧୩୫ ଜଣ ସକ୍ରିୟ ସଂକ୍ରମିତ ଚିକିତ୍ସାଧିନ ଅଛନ୍ତି । ଗତକାଲି ସୁଦ୍ଧା ରାଜ୍ୟରେ ୩୧୪୮୫୯୮୧ ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର