Saturday , April 1 2023
Breaking News
Home / ସ୍ୱାସ୍ଥ୍ୟ / ୧୩ ଶିଶୁ ଙ୍କ ସମେତ ୧୮ ଜଣ କରୋନା ସଂକ୍ରମିତ ଚିହ୍ନଟ

୧୩ ଶିଶୁ ଙ୍କ ସମେତ ୧୮ ଜଣ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର,୧୪/୦୫/୨୦୨୨( ଓଡ଼ିଶା ସମାଚାର )- ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ ୧୮ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୫ଜଣ କ୍ୱାରେଣ୍ଟାଇନ୍ ରୁ ରହିଥିବା ବେଳେ ୧୩ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ୧୮ ବର୍ଷରୁ କମ୍ ବୟସ ମଧ୍ୟରେ ୧୩ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ କଟକ ଜିଲ୍ଲାରୁ ୨ଜଣ, ଖୋର୍ଦ୍ଧା ଜିଲ୍ଲାରୁ ଜଣେ, ନୂଆପଡ଼ା ଜିଲ୍ଲାରୁ ୧୩ଜଣ, ରାୟଗଡ଼ା ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୮୨୯୦ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।
ଅନ୍ୟ ପକ୍ଷରେ ଗତ ୨୪ ଘଂଟା ମଧ୍ୟରେ କରୋନା ଜନିତ ମୃତ୍ୟୁ ସମ୍ପର୍କରେ କୌଣସି ସୂଚନା ଦିଆଯାଇନାହିଁ । ତେବେ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୯,୧୨୬ ରେ ପହଂଚିଥିବାବେଳେ ୫୩ ଜଣ କରୋନା ସଂକ୍ରମିତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୮୨୯୦ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୨୭୮୯୮୦ଜଣ ସୁସ୍ଥ ହୋଇଛନ୍ତି । ଆଉ ୧୩୧ ଜଣ ସକ୍ରିୟ ସଂକ୍ରମିତ ଚିକିତ୍ସାଧିନ ଅଛନ୍ତି । ଗତକାଲି ସୁଦ୍ଧା ରାଜ୍ୟରେ ୩୧୫୧୫୬୩୮ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର

Leave a Reply

Your email address will not be published.