Wednesday , July 6 2022
Breaking News
Home / ଶିକ୍ଷା / କେନ୍ଦ୍ରାପଡା କଲେଜ ସମାଜବିଜ୍ଞାନ ସ୍ନାତକୋତର ବିଭାଗ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା

କେନ୍ଦ୍ରାପଡା କଲେଜ ସମାଜବିଜ୍ଞାନ ସ୍ନାତକୋତର ବିଭାଗ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା

କେନ୍ଦ୍ରାପଡ଼ା,୧୭/୦୫/୨୦୨୨(ଓଡ଼ିଶା ସମାଚାର)-କେନ୍ଦ୍ରାପଡା ସ୍ୱୟଂ ଶାସିତ ମହାବିଦ୍ୟାଳୟ ସମାଜବିଜ୍ଞାନ ସ୍ନାତକୋତର ବିଭାଗ ପକ୍ଷରୁ ପ୍ରଥମ ବର୍ଷର ଛାତ୍ରଛାତ୍ରୀମାନଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି । କଲେଜ ଅଧ୍ୟକ୍ଷ ପ୍ରଫେସର ଡଃ.ରାଜେନ୍ଦ୍ର ପ୍ରସାଦ ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ସ୍ୱାଗତ ସମ୍ବର୍ଦ୍ଧନା ଉତ୍ସବରେ ବିଭାଗୀୟ ମୁଖ୍ୟ ଡଃ. ସୁଷମା ଶତପଥୀଙ୍କ ସମେତ ସମସ୍ତ ଅଧ୍ୟାପକ,ଅଧ୍ୟାପିକା ଓ ଛାତ୍ରଛାତ୍ରୀମାନେ ଯୋଗଦେଇ ପ୍ରଥମ ବର୍ଷର ଛାତ୍ରଛାତ୍ରୀମାନଙ୍କୁ କଲେଜକୁ ସ୍ୱାଗତ କରିଥିଲେ । କଲେଜ ଉପାଧ୍ୟକ୍ଷ ପ୍ରଫେସର ଗୋପାଳ ଚନ୍ଦ୍ର ବେହେରା ଯୋଗଦେଇ ଛାତ୍ରଛାତ୍ରୀମାନଙ୍କୁ ଉଦବୋଧନ ଦେଇଥିଲେ । ଓଡ଼ିଶା ସମାଚାର

About admin

Check Also

ଓଡ଼ିଶା ରାଜ୍ୟ ବେସରକାରୀ ଅଧ୍ୟାପକ କର୍ମଚାରୀ ସଂଘର ଅଧିକାର ଯାତ୍ରା-୩ର ମହାସମାବେଶ

ଭୁବନେଶ୍ୱର, ୦୪/୦୭/୨୦୨୨(ଓଡ଼ିଶା ସମାଚାର)- ଭୁବନେଶ୍ୱରସ୍ଥିତ ବିଧାନସଭା ସମ୍ମୁଖରେ ଓଡ଼ିଶା ରାଜ୍ୟ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ସଂଘ ତରଫରୁ ୮୦ତମ …

Leave a Reply

Your email address will not be published. Required fields are marked *