ଭୁବନେଶ୍ୱର,୧୭/୦୫/୨୦୨୨( ଓଡ଼ିଶା ସମାଚାର )-ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ ମାତ୍ର ୩ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨ଜଣ କ୍ୱାରେଣ୍ଟାଇନ୍ ରୁ ରହିଥିବା ବେଳେ ଜଣେ ସ୍ଥାନୀୟ ସଂକ୍ରମିତ । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ କଟକ ଜିଲ୍ଲାରୁ ଜଣେ ରହିଥିବା ବେଳେ କେନ୍ଦ୍ରାପଡ଼ା ଜିଲ୍ଲାରୁ ୨ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧୨୮୮୩୧୪ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ କରି ସୂଚନା ଦିଆଯାଇଛି । ଅନ୍ୟ ପକ୍ଷରେ ଗତ ୨୪ ଘଂଟା ମଧ୍ୟରେ କରୋନା ଜନିତ ମୃତ୍ୟୁ ସମ୍ପର୍କରେ କୌଣସି ସୂଚନା ଦିଆଯାଇନାହିଁ । ତେବେ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟ ୯,୧୨୬ ରେ ପହଂଚିଥିବାବେଳେ ୫୩ଜଣ କରୋନା ସଂକ୍ରମିତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୮୩୧୪ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୨୭୯୦୧୭ଜଣ ସୁସ୍ଥ ହୋଇଛନ୍ତି । ଆଉ ୧୧୮ ଜଣ ସକ୍ରୀୟ ସଂକ୍ରମିତ ଚିକିତ୍ସାଧିନ ଅଛନ୍ତି । ଗତକାଲି ସୁଦ୍ଧା ରାଜ୍ୟରେ ୩୧୫୫୫୦୪୭ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡିଶା ସମାଚାର