Wednesday , October 4 2023
Breaking News
Home / ସ୍ୱାସ୍ଥ୍ୟ / ଜଣେ ଶିଶୁ ଙ୍କ ସମେତ ୧୩ ଜଣ କରୋନା ସଂକ୍ରମିତ ଚିହ୍ନଟ

ଜଣେ ଶିଶୁ ଙ୍କ ସମେତ ୧୩ ଜଣ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର , ୧୮/୦୫/୨୦୨୨( ଓଡ଼ିଶା ସମାଚାର )- ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ୧୩ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତ ଙ୍କ ମଧ୍ୟରୁ ୮ଜଣ କ୍ୱାରେଣ୍ଟାଇନ୍ ରୁ ରହିଥିବା ବେଳେ ୫ ସ୍ଥାନୀୟ ସଂକ୍ରମିତ । ଏଥି ସହିତ ୦ ରୁ ୧୮ବର୍ଷ ପର୍ଯ୍ୟନ୍ତ ଜଣେ ଶିଶୁ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ବାଲେଶ୍ୱର ଜିଲ୍ଲାରୁ ୩ଜଣ, ବରଗଡ଼ ଜିଲ୍ଲାରୁ ଜଣେ, ବଲାଙ୍ଗୀର ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ଜଣେ, ଗଜପତି ଜିଲ୍ଲାରୁ ୨ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩ଜଣ, ନୂଆପଡ଼ା ଜିଲ୍ଲାରୁ ଜଣେ, ଷ୍ଟେଟ ପୁଲ୍ ରୁ ଜଣେ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧୨୮୮୩୨୭ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ କରି ସୂଚନା ଦିଆଯାଇଛି । ଅନ୍ୟ ପକ୍ଷରେ ଗତ ୨୪ ଘଂଟା ମଧ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ସମ୍ପର୍କରେ ସୂଚନା ଦିଆଯାଇନାହିଁ । ତେବେ ରାଜ୍ୟରେ କରୋନା ଜମିନ ମଅତ୍ୟୁ ସଂଖ୍ୟା ୯,୧୨୬ ରେ ପହଂଚିଛି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୮୩୨୭ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୨୭୯୦୨୫ଜଣ ସୁସ୍ଥ ହୋଇଛନ୍ତି । ଆଉ ୧୨୩ ଜଣ ସକ୍ରିୟ ସଂକ୍ରମିତ ଚିତ୍ସାଧିନ ଅଛନ୍ତି । ଚଳତ ସୁଦ୍ଧା ରାଜ୍ୟରେ ୩୧୫୬୯୩୪୨ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର

Leave a Reply

Your email address will not be published. Required fields are marked *