Saturday , March 25 2023
Breaking News
Home / ସ୍ୱାସ୍ଥ୍ୟ / ମାତ୍ର ୮ ଜଣ କରୋନା ସଂକ୍ରମିତ ଚିହ୍ନଟ

ମାତ୍ର ୮ ଜଣ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର ,୨୧/୦୫/୨୦୨୨( ଓଡ଼ିଶା ସମାଚାର )- ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୮ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସମସ୍ତ ୮ ଜଣ ସଂକ୍ରମିତ କ୍ୱାରେଣ୍ଟାଇନ୍ ରୁ ଚିହ୍ନଟ ହୋଇଛନ୍ତି ।ଗତ ୨୪ ଗଂଟା ମଧ୍ୟରେ ୦ ରୁ ୧୮ ବର୍ଷ ମଧ୍ୟରେ କେହି ସଂକ୍ରମିତ ହୋଇନାହାନ୍ତି । ସଂକ୍ରମିତ ୮ ଜଣଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲାରୁ ୫ ଜଣ ଚିହ୍ନଟ ହୋଇଥିବାବେଳେ କୋରାପୁଟ ଜିଲା , ସୁନ୍ଦରଗନ ଜିଲା ଓ ଷ୍ଟେଟ ପୁଲ ରୁ ଜଣେ ଲେଖା ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ସଂକ୍ରମିତ ଙ୍କ ସଂଖ୍ୟା ୧୨୮୮୩୫୭ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ କରି ସୂଚନା ଦିଆଯାଇଛି ।
ଅନ୍ୟପକ୍ଷରେ ଗତ ୨୪ ଘଂଟା ମଧ୍ୟରେ କରୋନା ଜନିତ ମୃତ୍ୟୁ ସମ୍ପର୍କରେ ସୂଚନା ଦିଆଯାଇନାହିଁ । ତେବେ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୯୧୨୬୭ ରେ ସ୍ଥିର ରହିଥିବାବେଳେ ୫୩ ଜଣ କରୋନା ସଂକ୍ରମିତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୮୩୫୭ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୨୭୯୦୬୨ ଜଣ ସୁସ୍ଥ ହୋଇଛନ୍ତି । ଆଉ ୧୧୬ ଜଣ ସକ୍ରିୟ ସଂକ୍ରମିତ ଚିକିତ୍ସାଧିନ ଅଛନ୍ତି । ଗତକାଲି ସୁଦ୍ଧା ରାଜ୍ୟରେ ୩୧୬୧୨୪୩୩ ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର

Leave a Reply

Your email address will not be published.