Tuesday , October 3 2023
Breaking News
Home / ସ୍ୱାସ୍ଥ୍ୟ / ୧୫ ଜଣ କରୋନା ସଂକ୍ରମିତ  ଚିହ୍ନଟ

୧୫ ଜଣ କରୋନା ସଂକ୍ରମିତ  ଚିହ୍ନଟ

ଭୁବନେଶ୍ୱର ,୨୨/୦୫/୨୦୨୨( ଓଡ଼ିଶା ସମାଚାର )- ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ ୧୫ ଜଣ କରୋନା ସଂକ୍ରମିତ  ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୦ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୫ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ବାଲେଶ୍ୱର ଜିଲ୍ଲାରୁ ୨ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୯ଜଣ, ସମ୍ବଲପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ, ଷ୍ଟେଟ ପୁଲ୍ ରୁ ୨ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧୨୮୮୩୭୨ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍  କରି ସୂଚନା ଦିଆଯାଇଛି । ଅନ୍ୟ ପକ୍ଷରେ  ଗତ ୨୪ ଘଂଟା ମଧ୍ୟରେ କରୋନା ଜନିତ ମୃତ୍ୟୁ ସମ୍ପର୍କରେ ସୂଚନା ଦିଆଯାଇନାହିଁ । ତେବେ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୯୧୨୬୭ ରେ ସ୍ଥିର ରହିଥିବାବେଳେ ୫୩ ଜଣ କରୋନା ସଂକ୍ରମିତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି ।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୮୩୭୨ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୨୭୯୦୮୩ ଜଣ ସୁସ୍ଥ ହୋଇଛନ୍ତି । ଆଉ ୧୧୦ ଜଣ ସକ୍ରିୟ ସଂକ୍ରମିତ ଚିକିତ୍ସାଧିନ ଅଛନ୍ତି ।  ଗତକାଲି ସୁଦ୍ଧା ରାଜ୍ୟରେ ୩୧୬୨୭୬୧୦ ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର

Leave a Reply

Your email address will not be published. Required fields are marked *