ଭୁବନେଶ୍ୱର , ୨୩/୦୫/୨୦୨୨( ଓଡ଼ିଶା ସମାଚାର )- ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ ମାତ୍ର ୭ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪ ଜଣ କ୍ୱାରେଣ୍ଟାଇନ୍ ରୁ ରହିଥିବା ବେଳେ ୩ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ କନ୍ଧମାଳ ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୩ଜଣ, ସମ୍ବଲପୁର ଜିଲ୍ଲାରୁ ୨ଜଣ, ଷ୍ଟେଟ ପୁଲ୍ ରୁ ଜଣେ ରହିଛନ୍ତି । ସେମାନଙ୍କ ମଧ୍ୟରେ ୦ ରୁ ୧୮ ବର୍ଷ ମଧ୍ୟରେ ଜଣେ ଶିଶୁ ସଂକ୍ରମିତ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧୨୮୮୩୭୯ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ କରି ସୂଚନା ଦିଆଯାଇଛି । ଅନ୍ୟ ପକ୍ଷରେ ଗତ ୨୪ ଘଂଟା ମଧ୍ୟରେ କରୋନା ଜନିତ ମୃତ୍ୟୁ ସମ୍ପର୍କରେ ସୂଚନା ଦିଆଯାଇନାହିଁ । ତେବେ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୯୧୨୬୭ ରେ ସ୍ଥିର ରହିଥିବାବେଳେ ୫୩ ଜଣ କରୋନା ସଂକ୍ରମିତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୮୩୭୯ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୨୭୯୧୦୫ ଜଣ ସୁସ୍ଥ ହୋଇଛନ୍ତି । ଆଉ ୯୫ ଜଣ ସକ୍ରିୟ ସଂକ୍ରମିତ ଚିକିତ୍ସାଧିନ ଅଛନ୍ତି । ଗତକାଲି ସୁଦ୍ଧା ରାଜ୍ୟରେ ୩୧୬୪୦୧୫୯ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର