Wednesday , July 6 2022
Breaking News
Home / ସ୍ୱାସ୍ଥ୍ୟ / ଜଣେ ଶିଶୁ ସମେତ ୮ ଜଣ କରୋନା ସଂକ୍ରମିତ ଚିହ୍ନଟ

ଜଣେ ଶିଶୁ ସମେତ ୮ ଜଣ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର,୨୪/୦୫/୨୦୨୨( ଓଡ଼ିଶା ସମାଚାର )- ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୮ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪ ଜଣ କ୍ୱାରେଣ୍ଟାଇନ୍ ରୁ ଓ ୩ଜଣ ସ୍ଥାନୀୟ ସଂକ୍ରମିତ । ସେମାନଙ୍କ ମଧ୍ୟରୁ ୦ ରୁ ୧୮ ବର୍ଷ ମଧ୍ୟରେ ଜଣେ ଶିଶୁ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ବାଲେଶ୍ୱର ଜିଲ୍ଲାରୁ ଜଣେ, କେନ୍ଦ୍ରାପଡ଼ା ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୪ଜଣ, ନୂଆପଡ଼ା ଜିଲ୍ଲାରୁ ଜଣେ, ଷ୍ଟେଟ ପୁଲ ରୁ ଜଣେ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧୨୮୮୩୮୭ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ କରି ସୂଚନା ଦିଆଯାଇଛି ।
ଅନ୍ୟ ପକ୍ଷରେ ଗତ ୨୪ ଘଂଟା ମଧ୍ୟରେ କରୋନା ଜନିତ ମୃତ୍ୟୁ ସମ୍ପର୍କରେ ସୂଚନା ଦିଆଯାଇନାହିଁ । ତେବେ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୯୧୨୬୭ ରେ ସ୍ଥିର ରହିଥିବାବେଳେ ୫୩ ଜଣ କରୋନା ସଂକ୍ରମିତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୮୩୮୭ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୨୭୯୧୧୮ ଜଣ ସୁସ୍ଥ ହୋଇଛନ୍ତି । ଆଉ ୯୦ ଜଣ ସକ୍ରିୟ ସଂକ୍ରମିତ ଚିକିତ୍ସାଧିନ ଅଛନ୍ତି । ଗତକାଲି ସୁଦ୍ଧା ରାଜ୍ୟରେ ୩୧୬୫୧୬୯୬ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର

About admin

Check Also

ରାଜ୍ୟରେ କରୋନା ସଂକ୍ରମଣ ବଢ଼ୁଛି , ୪୯ ଜଣ ଶିଶୁ ଙ୍କ ସମେତ ୩୪୬ ଜଣ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର, ୦୩/୦୭/୨୦୨୨(ଓଡ଼ିଶା ସମାଚାର)- ରାଜ୍ୟରେ କରୋନା ସଂକ୍ରମଣ ଧିରେ ଧିରେ ବଢ଼ୁଛି । ଦୈନିକ ସଂକ୍ରମଣ ସଂଖ୍ୟା ଏବେ ୪୦୦ …

Leave a Reply

Your email address will not be published. Required fields are marked *