Friday , July 1 2022
Breaking News
Home / ବିଶେଷ / କଳିଙ୍ଗାଘାଟି ରେ ଟୁରିଷ୍ଟ ବସ୍ ଦୂର୍ଘଟଣାଗ୍ରସ୍ତ, ୬ ମୃତ ୩୦ ରୁ ଅଧିକ ଆହତ

କଳିଙ୍ଗାଘାଟି ରେ ଟୁରିଷ୍ଟ ବସ୍ ଦୂର୍ଘଟଣାଗ୍ରସ୍ତ, ୬ ମୃତ ୩୦ ରୁ ଅଧିକ ଆହତ

 ଭଞ୍ଜନଗର ୨୫/୦୫/୨୦୨୨( ଓଡ଼ିଶା ସମାଚାର )- ପଶ୍ଚିମବଙ୍ଗର ହାୱାଡା ଉଦନପୁର ଥାନା ଅଂଚଳରୁ ୭୭ଜଣ ଯାତ୍ରୀ ଜଣଙ୍କୁ ନେଇ ଏକ ଟୁରିଷ୍ଟ ବସ୍ ପିକନିକ ପାଇଁ କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡି ଆସିଥିଲା । ରାତିରେ ପିକନିକ ସାରି ସମସ୍ତେ ଦାରିଙ୍ଗବାଡିରୁ କଳିଙ୍ଗାଘାଟି ଦେଇ ଫେରୁଥିବା ବେଳେ ଘାଟି ତଳ ଅଂଚଳର ଦୁର୍ଗାପ୍ରସାଦ ଠାରେ ବସ ର ବ୍ରେକ ପାଇପ ଫାଟିଯିବା ହେତୁ ଭାରସାମ୍ୟ ହରାଇ ବସଟି ରାସ୍ତା କଡ଼ରେ ଥିବା ଏକ ବିଦ୍ୟୁତ ଖୁଣ୍ଟରେ ପିଟି ହୋଇ ଓଲଟି ଯାଇଥିଲା । ଯାହାଫଳରେ ଏହି ଦୁଘଟଣାରେ ୬ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୩୦ ଜଣ ରୁ ଅଧିକ ଗୁରୁତର ଆହତ ହୋଇଛନ୍ତି । ଘଟଣାସ୍ଥଳରେ ୫ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ମେଡିକାଲ ନେବା ବେଳେ ଆଉ ଜଣଙ୍କର ମୃତ୍ୟୁ ଘଟିଛି । ଭଞ୍ଜନଗର ଥାନା ପୋଲିସ ଓ ଅଗ୍ନିଶମ ବିଭାଗ ଘଟଣା ସ୍ଥଳରେ ପହଂଚି ମୃତାହତଙ୍କୁ ଉଦ୍ଧାର କରିଛନ୍ତି। ଆହତଙ୍କୁ ଚିକିତ୍ସା ପାଇଁ ଭଞ୍ଜନଗର ମେଡିକାଲରେ ଭର୍ତ୍ତି କରାଯାଇଛି । କିଛି ଗୁରୁତର ଆହତଙ୍କୁ ବ୍ରହ୍ମପୁର ଏମକେସିଜି ମେଡ଼ିକାଲ କଲେଜ ହସପିଟାଲକୁ ସ୍ଥାନାନ୍ତର କରାଯାଇଛି । ଭଞ୍ଜନଗର ପୋଲିସ ଦୁର୍ଘଟଣାର ତଦନ୍ତ କରୁଛି।

ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଏହି ଦୂର୍ଘଟଣା ଖବର ପାଇ ଗଭୀର ଶୋକ ପ୍ରକାଶ କରିଛନ୍ତି । ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଟୁଇଟ୍ କରି ଲେଖିଛନ୍ତି : ଦାରିଙ୍ଗବାଡି କଳିଙ୍ଗା ଘାଟି ନିକଟରେ ପର୍ୟ୍ୟଟକ ବସ୍ ଦୁର୍ଘଟଣାରେ ଅନେକଙ୍କ ପ୍ରାଣହାନି ହୋଇଥିବା ଖବର ବିଷୟରେ ଜାଣି ମୁଁ ଦୁଃଖିତ। ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ଅମର ଆତ୍ମାର ସଦଗତି ସହ ସମସ୍ତ ଆହତଙ୍କ ଆଶୁଆରୋଗ୍ୟ କାମନା କରୁଛି। ଓଡ଼ିଶା ସମାଚାର

About admin

Check Also

ଶ୍ରୀସତ୍ୟସାଇ ସେବା ସମିତିର ଶ୍ରୀବଳଦେବଜୀଉ ମନ୍ଦିର ସଫେଇ

କେନ୍ଦ୍ରାପଡ଼ା, ୦୧/୦୭/୨୦୨୨(ଓଡ଼ିଶା ସମାଚାର)-ପବିତ୍ର ଶ୍ରୀଗୁଣ୍ଡିଚାରେ ଇଛାପୁରସ୍ଥିତ ସିଦ୍ଧ ଶ୍ରୀବଳଦେବଜୀଉଙ୍କ ମନ୍ଦିର ପରିସରକୁ ଶ୍ରୀ ସତ୍ୟସାଇ ସେବା ସମିତି, କେନ୍ଦ୍ରାପଡା ପକ୍ଷରୁ …

Leave a Reply

Your email address will not be published. Required fields are marked *