Friday , September 22 2023
Breaking News
Home / ସ୍ୱାସ୍ଥ୍ୟ / ୧୧ ଜଣ କରୋନା ସଂକ୍ରମିତ ଚିହ୍ନଟ

୧୧ ଜଣ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର , ୨୬/୦୫/୨୦୨୨( ଓଡ଼ିଶା ସମାଚାର )-ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୧ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୭ ଜଣ କ୍ୱାରେଣ୍ଟାଇନ୍ ରୁ ରହିଥିବା ବେଳେ ୪ ଜଣ ସ୍ଥାନୀୟ ସଂକ୍ରମିତ । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ବାଲେଶ୍ୱର ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୭ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ, ଷ୍ଟେଟ ପୁଲ୍ରୁ ୨ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧୨୮୮୪୦୧ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ କରି ସୂଚନା ଦିଆଯାଇଛି ।
ଅନ୍ୟ ପକ୍ଷରେ ଗତ ୨୪ ଘଂଟା ମଧ୍ୟରେ କରୋନା ଜନିତ ମୃତ୍ୟୁ ସମ୍ପର୍କରେ ସୂଚନା ଦିଆଯାଇନାହିଁ । ତେବେ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୯,୧୨୬୭ ରେ ସ୍ଥିର ରହିଥିବାବେଳେ ୫୩ ଜଣ କରୋନା ସଂକ୍ରମିତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୮୪୦୧ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୨୭୯୧୪୩ଜଣ ସୁସ୍ଥ ହୋଇଛନ୍ତି । ଆଉ ୭୯ ଜଣ ସକ୍ରିୟ ସଂକ୍ରମିତ ଚିକିତ୍ସାଧିନ ଅଛନ୍ତି । ଗତକାଲି ସୁଦ୍ଧା ରାଜ୍ୟରେ ୩୧୬୮୦୮୬୮ ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର

Leave a Reply

Your email address will not be published. Required fields are marked *