Wednesday , October 4 2023
Breaking News
Home / ସ୍ୱାସ୍ଥ୍ୟ / ଜଣେ ଶିଶୁ ଙ୍କ ସମେତ ୯ ଜଣ କରୋନା ସଂକ୍ରମିତ ଚିହ୍ନଟ

ଜଣେ ଶିଶୁ ଙ୍କ ସମେତ ୯ ଜଣ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର , ୨୭/୦୫/୨୦୨୨( ଓଡ଼ିଶା ସମାଚାର )- ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୯ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରେ ୦ ରୁ ୧୮ବର୍ଷ ମଧ୍ୟରେ ଜଣେ ଶିଶୁ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୮୪୧୦ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ କରି ସୂଚନା ଦିଆଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୫ ଜଣ କ୍ୱାରେଣ୍ଟାଇନ୍ ରୁ ରହିଥିବା ବେଳେ ୪ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ବାଲେଶ୍ୱର ଜିଲାରୁ ୨ ଜଣ, କଟକ ଜିଲା ରୁ ଜଣେ, ଖୋର୍ଦ୍ଧା ଜିଲା ରୁ ୩ ଜଣ ଓ ସୁନ୍ଦରଗଡ଼ ଜିଲାରୁ ୩ ଜଣ ଚିହ୍ନଟ ହୋଇଛନ୍ତି ।
ଅନ୍ୟ ପକ୍ଷରେ ଗତ ୨୪ ଘଂଟା ମଧ୍ୟରେ କରୋନା ଜନିତ ମୃତ୍ୟୁ ସମ୍ପର୍କରେ ସୂଚନା ଦିଆଯାଇନାହିଁ । ତେବେ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୯୧୨୬୭ ରେ ସ୍ଥିର ରହିଥିବାବେଳେ ୫୩ ଜଣ କରୋନା ସଂକ୍ରମିତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୮୪୧୦ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୨୭୯୧୫୫ଜଣ ସୁସ୍ଥ ହୋଇଛନ୍ତି । ଆଉ ୭୬ ଜଣ ସକ୍ରିୟ ସଂକ୍ରମିତ ଚିକିତ୍ସାଧିନ ଅଛନ୍ତି । ଗତ କାଲି ସୁଦ୍ଧା ରାଜ୍ୟରେ ୩୧୬୯୪୯୩୦ ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର

Leave a Reply

Your email address will not be published. Required fields are marked *