Thursday , August 18 2022
Breaking News
Home / ସ୍ୱାସ୍ଥ୍ୟ / ଜଣେ ଶିଶୁ ସମେତ ୯ ଜଣ କରୋନା ସଂକ୍ରମିତ ଚିହ୍ନଟ

ଜଣେ ଶିଶୁ ସମେତ ୯ ଜଣ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର , ୨୯/୦୫/୨୦୨୨( ଓଡ଼ିଶା ସମାଚାର )- ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୯ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬ ଜଣ କ୍ୱାରେଣ୍ଟାଇନ୍ ରୁ ରହିଥିବା ବେଳେ ୩ ଜଣ ସ୍ଥାନୀୟ ସଂକ୍ରମିତ । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ୦ ରୁ ୧୮ ବର୍ଷ ମଧ୍ୟରେ ଜଣେ ଶିଶୁ ଅଛନ୍ତି । କଟକ ଜିଲ୍ଲାରୁ ୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୪ଜଣ, ସମ୍ବଲପୁର ଜିଲ୍ଲାରୁ ଜଣେ, ଷ୍ଟେଟ ପୁଲ୍ ରୁ ଜଣେ ସଂକ୍ରମିତ ଚତହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ସଂକ୍ରମିତ ଙ୍କ ସଂଖ୍ୟା ୧୨୮୮୪୩୧ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ କରି ସୂଚନା ଦିଆଯାଇଛି । ଅନ୍ୟ ପକ୍ଷରେ ଗତ ୨୪ ଘଂଟା ମଧ୍ୟରେ କରୋନା ଜନିତ ମୃତ୍ୟୁ ସମ୍ପର୍କରେ ସୂଚନା ଦିଆଯାଇନାହିଁ । ତେବେ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୯୧୨୬୭ ରେ ସ୍ଥିର ରହିଥିବାବେଳେ ୫୩ ଜଣ କରୋନା ସଂକ୍ରମିତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୮୪୩୧ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୨୭୯୧୭୬ଜଣ ସୁସ୍ଥ ହୋଇଛନ୍ତି । ଆଉ ୭୬ ଜଣ ସକ୍ରିୟ ସଂକ୍ରମିତ ଚିକିତ୍ସାଧିନ ଅଛନ୍ତି । ଗତକାଲି ସୁଦ୍ଧା ରାଜ୍ୟରେ ୩୧୭୨୩୩୨୫ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର

About admin

Check Also

କନ୍ଧମାଳ :ଜିଲ୍ଲାସ୍ତରୀୟ ଜାତୀୟ କୃମିନାଶକ ଦିବସ ପାଳିତ

କନ୍ଧମାଳ,୧୨/୦୮/୨୨(ଓଡିଶା ସମାଚାର/ସଞ୍ଜୟ କୁମାର ପାଣିଗ୍ରାହୀ):କନ୍ଧମାଳ ଜିଲ୍ଲା ଫୁଲବାଣୀ ସ୍ଥିତ ଏଜେଓ ହାଇସ୍କୁଲ ପରିସରରେ ଶୁକ୍ରବାର ଜିଲ୍ଲାସ୍ତରୀୟ ଜାତୀୟ କୃମିନାଶକ ଦିବସ …

Leave a Reply

Your email address will not be published.