Thursday , December 1 2022
Breaking News
Home / ଶିକ୍ଷା / କେନ୍ଦ୍ରାପଡା କଲେଜରେ ବିଶ୍ୱ ତମ୍ବାଖୁ ବର୍ଜନ ଦିବସ ପାଳନ

କେନ୍ଦ୍ରାପଡା କଲେଜରେ ବିଶ୍ୱ ତମ୍ବାଖୁ ବର୍ଜନ ଦିବସ ପାଳନ

କେନ୍ଦ୍ରାପଡା, ୦୧/୦୬/୨୦୨୨( ଓଡ଼ିଶା ସମାଚାର )-କେନ୍ଦ୍ରାପଡା ସ୍ୱୟଂ ଶାସିତ ମହାବିଦ୍ୟାଳୟର ଜାତୀୟ ସମର ଶିକ୍ଷାର୍ଥୀ ବାହିନୀ ପକ୍ଷରୁ ବିଶ୍ୱ ତମ୍ବାଖୁ ବର୍ଜନ ଦିବସ ପାଳିତ ହୋଇଯାଇଛି । କଲେଜ ଅଧ୍ୟକ୍ଷ ପ୍ରଫେସର ଗୋପାଳ ଚନ୍ଦ୍ର ବେହେରା ମୁଖ୍ୟ ଅତିଥର ଭାବେ ଯୋଗଦେଇ ଆନୁଷ୍ଠାନିକ ଭାବେ ଏହାକୁ ଉଦଘାଟନ କରିଥିଲେ । ମହାବିଦ୍ୟାଳୟର ୪୦ ଜଣ ଏନସିସି କ୍ୟାଡେଟ ଏକ ର୍ୟାଲିରେ କଲେଜ ପରିସରରୁ ବାହାରି ରାସ୍ତାରେ ଜନ ସାଧାରଣଙ୍କୁ ତମ୍ବାଖୁ ସେବନର ଭୟାବହତା ଏବଂ ପରିବେଶ ଉପରେ ଏହାର ପ୍ରଭାବ ସମ୍ପର୍କରେ ଅବଗତ କରାଇଥିଲେ । ଲେଫ୍ଟ୍  ନାଣ୍ଟ ସୀମା ମହାନ୍ତିଙ୍କ ତତ୍ୱାବଧାନରେ ଏହି ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।  ଓଡ଼ିଶା ସମାଚାର

Leave a Reply

Your email address will not be published.